ଦୋଷୀଙ୍କୁ ୨୦ ବର୍ଷ ଜେଲ

ବାଲେଶ୍ୱର ଅଫିସ, ୩୧।୧: ଏକ ଶିଶୁକନ୍ୟା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ (ପୋକ୍‌ସୋ) ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ଜେଲ୍‌ଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନ ଅନାଦେୟ ୨ ବର୍ଷ ଅଧିକ ଜେଲ୍‌ଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।
ଜୁଲାଇ ୨ରେ ବାଲେଶ୍ୱର ଜିଲା ସିଂଲା ଥାନା ଅଞ୍ଚଳର ଜଣେ ୫ ବର୍ଷୀୟା ଶିଶୁ ଏକ ବିବାହରେ ଯୋଗଦେବାକୁ ତାଙ୍କ ମା’ ବାପାଙ୍କ ସହିତ ମାମୁ ଘରକୁ ଯାଇଥିଲେ। ୫ ତାରିଖ ମଧ୍ୟାହ୍ନରେ ଖଳାରେ ବାଜୁଥିବା ମାଇକ୍‌ ନିକଟରେ ସାଙ୍ଗମାନଙ୍କ ସହିତ ସେ ଖେଳୁଥିଲେ। ପରିବାର ଲୋକେ କାର୍ଯ୍ୟରେ ବ୍ୟସ୍ତ ଥିବା ଏବଂ ଆଖପାଖରେ କେହି ନ ଥିବା ସୁଯୋଗ ନେଇ ମାଇକ ବଜାଉଥିବା ମୁନା ହାଁସଦା (୨୨) ଶିଶୁକନ୍ୟାକୁ ପ୍ରଲୋଭନ ଦେଖାଇ ଖଳା ପଛପଟେ ଥିବା ପୁରୁଣା ଶୌଚାଳୟକୁ ଉଠାଇ ନେଇଥିଲେ। ସେଠାରେ ବଳପୂର୍ବକ ବଳାତ୍କାର କରୁଥିବା ବେଳେ ଶିଶୁକନ୍ୟାଜଣକ ଚିତ୍କାର କରିଥିଲେ। ତାଙ୍କ ମା’ ଓ ପରିବାର ଲୋକେ ଦୌଡ଼ି ଯାଇ ଶିଶୁକନ୍ୟାଙ୍କୁ ଉଦ୍ଧାର କରିବା ସହ ମୁନାଙ୍କୁ ଅଟକ ରଖିଥିଲେ। ପରେ ଶିଶୁକନ୍ୟାଙ୍କୁ ବସ୍ତା ଡାକ୍ତରଖାନାକୁ ନେଇ ଚିକିତ୍ସା କରାଇଥିଲେ। ଅପରପକ୍ଷରେ ଶିଶୁକନ୍ୟାଙ୍କ ମା’ ସିଂଲା ଥାନାରେ ମୁନାଙ୍କ ନାମରେ ଲିଖିତ ଅଭିଯୋଗ ଦେଇଥିଲେ। ଏନେଇ ସିଂଲା ଥାନାରେ ମାମଲା (ନଂ. ୧୪୯/୨୨) ରୁଜୁ କରାଯାଇ ମୁନାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ଜଜ୍‌ ୧୦ ସାକ୍ଷ୍ୟ ଓ ୨୪ ଦସ୍ତାବିଜ୍‌କୁ ଭିତ୍ତି କରି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ପୀଡ଼ିତାଙ୍କୁ ୪ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଯୋଗାଇ ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମାମଲାର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri