ଟ୍ରକ୍‌ ସହ ଜଳିଗଲେ ଚାଳକ

ପରଜଙ୍ଗ,୩୧।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ. ଜାତୀୟ ରାଜପଥର ବଡ଼ଝରା ଗ୍ରାମସ୍ଥିତ ରେଙ୍ଗାଲି ବାମପାର୍ଶ୍ୱ କେନାଲ ନିକଟରେ ସୋମବାର ସାରେ ଏକ କୋଇଲା ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହେବା ସହ ନିଅଁା ଲାଗି ଜଳିଯାଇଛି। ଫଳରେ ଗାଡ଼ି ଭିତରେ ଚାପି ହୋଇ ରହିଯାଇଥିବା ଚାଳକ ଜୀବନ୍ତ ପୋଡ଼ିହୋଇ ପ୍ରାଣ ହରାଇଛନ୍ତି। ଖବରଲେଖା ହେବା ସୁଦ୍ଧା ମୃତ ଚାଳକଙ୍କ ପରିଚୟ ମିଳିପାରିନାହିଁ।
ସୂଚନା ଅନୁଯାୟୀ, ତାଳଚେରରୁ କୋଇଲା ବୋଝେଇ କରି ଏକ ଟ୍ରକ୍‌ (ନଂ. ଓଡି୩୫ସି-୦୪୩୬) କାମାକ୍ଷାନଗର ଅଭିମୁଖେ ଆସୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ି ଭିତରେ ଚାଳକ ଚାପିହୋଇ ରହିଥିବା ବେଳେ ସେଥିରେ ନିଅଁା ଲାଗିଯାଇଥିଲା। ଖବରପାଇ ପରଜଙ୍ଗ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପରେ ଚାଳକଙ୍କ ମୃତଦେହ ଉଦ୍ଧାର କରିଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଛି। ଘଟଣାସ୍ଥଳରେ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ର, ଏସ୍‌ଆଇ ଶକ୍ତିପ୍ରସାଦ ସାହୁ, ଏଏସ୍‌ଆଇ ସୁରେଶ ଚନ୍ଦ୍ର ଧଳ, ପଦ୍ମନାଭ ସାହୁ, ବନିତା ସାହୁ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଏ ସମ୍ପର୍କରେ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି, ଗାଡ଼ିଟି ଦ୍ରୁତ ଗତିରେ ଆସୁଥିବାବେଳେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଥିଲା। ପରେ ଶର୍ଟସର୍କିଟରୁ ଟ୍ରକ୍‌ଟି ଜଳିଯାଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri