ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ, ୭୦ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୧।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭୦ ତଳେ ରହିଛି। ଏହା ୬୫ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୧୮ ଶହ ତଳେ ରହିଛି। ଏହା ୧ ହଜାର ୭୫୫ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୫୮ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୪୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୨ ହଜାର ୭୮୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୦ ହଜାର ୨୮୯ଜଣ ସୁସ୍ଥ ହୋଇ ସାରିଛନ୍ତି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri