ସାଇବର ଅପରାଧ ରୋକିବାକୁ ବ୍ୟାପକ ହେବ ପ୍ରୟାସ

ଭୁବନେଶ୍ବର,୧।୨(ବ୍ୟୁରୋ): ରାଜ୍ୟରେ ସାଇବର ଅପରାଧ ରୋକିବାକୁ ସରକାରୀସ୍ତରରେ କରାଯାଉଥିବା ପ୍ରୟାସକୁ ଆହୁରି ବ୍ୟାପକ କରାଯିବ। ଦୈନିକ ଅର୍ଥନୈତିକ ଅପରାଧ ସହ ମହିଳା ଓ ଶିଶୁଙ୍କ ଉପରେ ଯୌନଜନିତ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯିବ। ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ମଙ୍ଗଳବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ତୃଣମୂଳସ୍ତରରେ ସାଇବର ଅପରାଧ ନିରୋଧୀ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିବା ଉପରେ ମୁଖ୍ୟ ଶାସନ ସଚିବ ଏହି ବୈଠକରେ ଗୁରୁତ୍ୱାରୋପ କରଥିଲେ।
ବିଶେଷକରି ବୃଦ୍ଧାବୃଦ୍ଧ, ଛାତ୍ରୀଛାତ୍ର, ଆଶା ଓ ଅଙ୍ଗନୱାଡି କର୍ମୀ, ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ସମେତ ସବୁ ବର୍ଗଙ୍କୁ ଏହି ଅଭିଯାନରେ ସାମିଲ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ। ଏଥିନିମନ୍ତେ ୩୪ଟି ସଚେତନତା ରଥ ରାଜ୍ୟର ପ୍ରତ୍ୟେକ ଥାନା ଅଞ୍ଚଳକୁ ଗସ୍ତ କରି ଭିଡିଓ ଅଡିଓ ମାଧ୍ୟମରେ ସଚେତନତା ବାର୍ତ୍ତା ପ୍ରଦାନ କରିବ। ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ର କାନ୍ଥରେ ପେଣ୍ଟିଂ ମାଧ୍ୟମରେ ଜନ ସଚେତନତା ସୃଷ୍ଟି କରାଯିବ। ଏପରିକି ବିଦ୍ୟାଳୟସ୍ତରରେ ଅଭିଭାବକ-ଶିକ୍ଷକଙ୍କ ବୈଠକରେ ସାଇବର କ୍ରାଇମ୍‌ ପ୍ରତି ସଚେତନ ରହିବାକୁ ଆଲୋଚନା ହେବ। ଅର୍ଥ ନେଣଦେଣ ପୂର୍ବରୁ ସତ୍ୟତା ଯାଞ୍ଚ କରିବା, ଅଜଣା ବ୍ୟକ୍ତିଙ୍କ ସହ ଅନାବଶ୍ୟକ ବନ୍ଧୁତା ରକ୍ଷା ନ କରିବା, ଅଜଣା ଏସ୍‌.ଏମ୍‌.ଏସ୍‌, ଲିଙ୍କ୍‌ କିମ୍ବା ସନ୍ଦେହାତ୍ମକ ଆପ୍‌ ଡାଉନଲୋଡ ନ କରିବା ଉପରେ ମୁଖ୍ୟତଃ ସଚେତନ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା। ଉଭୟ ଅନ୍‌ଲାଇନ ଏବଂ ଅଫ୍‌ଲାଇନ ମାଧ୍ୟମରେ ମଧ୍ୟ ଏହି ଅଭିଯାନ ଜାରି ରହିବ। ବିଭିନ୍ନ ସାମାଜିକ ଗଣମାଧ୍ୟମରେ ନିୟମିତ ଭାବେ ସାଇବର ଅପରାଧ ନିୟନ୍ତ୍ରଣ ଜନିତ ବାର୍ତ୍ତା ପ୍ରଦାନ କରାଯିବ। ଏପରିକି ସଚେତନ ରହିବା ଏବଂ ସୁରକ୍ଷିତ ରହିବା-ସାଇବର ଅପରାଧ ମୁକ୍ତ ଓଡ଼ିଶା ଉପରେ ରୋଡ୍‌ ରନ, ସାଇକ୍ଲୋଥନ, ଶୋଭାଯାତ୍ରା, ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକୃତା, ପ୍ରବନ୍ଧ, କୁଇଜ ପ୍ରତିଯୋଗିତା ମଧ୍ୟ କରାଯିବ। ଏଭଳି ଅଭିଯାନ ଆରମ୍ଭ କରିବାରେ ଓଡ଼ିଶା ହେଉଛି ଦେଶର ପ୍ରଥମ ରାଜ୍ୟ।
ସୂଚନାଯୋଗ୍ୟ ଦେଶରେ ୨୦୨୧ ମସିହାରେ ୫୨ ହଜାର ୯୭୫ ସାଇବର ମାମଲା ପଞ୍ଜୀକୃତ ହୋଇଥିଲା, ଯାହା ପୂର୍ବ ବର୍ଷ ଅପେକ୍ଷା ୫.୯ ପ୍ରତିଶତ ଅଧିକ। ସେହିଭଳି ଓଡ଼ିଶାରେ ୨୦୧୯ ମସିହାରେ ୧୪୮୫ଟି, ୨୦୨୦ରେ ୧୯୩୧ ଏବଂ ୨୦୨୧ରେ ୨୦୩୭ ସାଇବର ମାମଲା ରୁଜୁ ହୋଇଥିଲା। ଅନ୍ୟପକ୍ଷରେ ସାଇବର ହେଲ୍ପ ଡେସ୍କ ମାଧ୍ୟମରେ ରାଜ୍ୟରେ ୨୦୨୧ ମସିହାରେ ୩୪୦୨ ପିଟିଶନ ଗ୍ରହଣ କରାଯାଇଥିବା ବେଳେ ୨୦୨୨ ମସିହାରେ ୭୭୦୦ ପିଟିଶନ ଗ୍ରହଣ କରାଯାଇଛି। କୌଣସି ବ୍ୟକ୍ତି ସାଇବର ଜନିତ ଅପରାଧ ସମ୍ପର୍କରେ ଅଭିଯୋଗ କରିବାକୁ ହେଲେ ନଂ. ୧୯୩୦ ସହ ଯୋଗାଯୋଗ କରି ଅଭିଯୋଗ କରିପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri