ଜାନୁୟାରୀରେ ୧.୫୬ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୧।୨: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି। ଏହାର ପ୍ରତିଫଳନ ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ପରିଲକ୍ଷିତ ହେଉଛି। ଏପରିକି ୨୦୨୩ ଜାନୁୟାରୀର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ମଙ୍ଗଳବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି। ବିଶେଷକରି ଚଳିତ ବର୍ଷ ଜାନୁୟାରୀରେ ଦେଶର ଜିଏସ୍‌ଟି ସଂଗ୍ରହ ୧.୫୬ (୧,୫୫,୯୨୨) ଲକ୍ଷ କୋଟି ଟଙ୍କା ଟିକସ ଆକାରରେ ସଂଗ୍ରହ କରାଯାଇଛି। ଅପରପକ୍ଷରେ ୨୦୨୨ ଜାନୁୟାରୀରେ ସଂଗୃହୀତ ଜିଏସ୍‌ଟି ରାଜସ୍ବ ଅପେକ୍ଷା ୨୦୨୩ ଜାନୁୟାରୀର ଟିକସ ସଂଗ୍ରହ ପ୍ରାୟ ୨୪% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ଜାନୁୟାରୀରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୫୫,୯୨୨ ଲକ୍ଷ କୋଟି ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୨୮,୯୬୩ କୋଟି ଟଙ୍କା ଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୬,୭୩୦ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୭୯,୫୯୯ କୋଟି (ସାମଗ୍ରୀ ଆମଦାନୀରେ ୩୭,୧୧୮ କୋଟି ଟଙ୍କା ଅନ୍ତର୍ଭୁକ୍ତ ) ଏବଂ ସେସ୍‌ ୧୦,୬୩୦ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୭୮୮ କୋଟି ଟଙ୍କା ସାମିଲ) ଟିକସ ଆକାରରେ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟିକୁ ୩୮,୫୦୭ କୋଟି ଟଙ୍କା ଏବଂ ନିୟମିତ ସମାଧାନ ଭାବେ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟିକୁ ୩୨,୬୨୪ କୋଟି ଟଙ୍କା ଦେବାକୁ ସ୍ଥିର କରିଛନ୍ତି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ଚଳିତ ଆର୍ଥିକ ବର୍ଷରେ ୩ୟ ଥର ପାଇଁ ଜିଏସ୍‌ଟି ସଂଗ୍ରହ ୧.୫ ଲକ୍ଷ କୋଟି ଟଙ୍କା ପାରକରିଥିବା ବେଳେ ୨୦୨୨-୨୩ ଆର୍ଥିକ ବର୍ଷରେ ଏହା (ଜାନୁୟାରୀୟରେ ସଂଗୃହୀତ ଟିକସ ୧.୫୬ ଲକ୍ଷ କୋଟି) ୨ ସର୍ବାଧିକ ଜିଏସ୍‌ଟି ସଂଗ୍ରହ ବୋଲି କୁହାଯାଉଛି। ଏପରିକି ୨୦୨୨-୨୩ ଏପ୍ରିଲରେ ପ୍ରାୟ ୧.୬୮ ଲକ୍ଷ କୋଟି ସହ ଶୀର୍ଷ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri