ଆଜିଠାରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର,୧।୨(ବ୍ୟୁରୋ): ସପ୍ତଦଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ବୁଧବାରଠାରୁ ଜନତା ମଇଦାନଠାରେ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ହସ୍ତତନ୍ତ ମନ୍ତ୍ରଣାଳୟର ବିକାଶ ଆୟୁକ୍ତ (ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ)ଙ୍କ ସହଭାଗିତାରେ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌) ଏହାର ଆୟୋଜନ କରିଛି। ଦେଶର ୫୬୦ଜଣ କାରିଗର ଓ ବୁଣାକାର ଏଥିରେ ଅଂଶଗ୍ରହଣ କରିଛନ୍ତି। ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ସ୍ବତନ୍ତ୍ର ତଥା ପ୍ରସିଦ୍ଧ ହସ୍ତତନ୍ତ ସାମଗ୍ରୀ ପ୍ରଦର୍ଶନ ସହ ବିକ୍ରି ହେବ। ସେହିପରି ଗ୍ରାହକଙ୍କୁ ବିଭିନ୍ନ ରାଜ୍ୟର ଖାଦ୍ୟ ପରସି ଦେବାକୁ ୨୫ ଷ୍ଟଲ ରହିଛି। ଏଥିସହ ଓଡ଼ିଶା ସଂଗୀତ ନାଟକ ଏକାଡେମୀ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ମନୋରଞ୍ଜନ କରିବ। ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ ଫ୍ୟାଶନ ଶୋ’ର ମଧ୍ୟ ଆୟୋଜନ କରାଯାଇଛି। ଦିବ୍ୟାଙ୍ଗ ଓ ବୟସ୍କ ପରିଦର୍ଶକଙ୍କ ପାଇଁ ସ୍ବତନ୍ତ୍ର ହେଲ୍ପ ଡେସ୍କର ବ୍ୟବସ୍ଥା ରହିଛି। ମେଳାକୁ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ପର୍ଯ୍ୟାପ୍ତ ପରିମାରଣ ହାତ ତିଆରି ବ୍ୟାଗ୍‌ ଉପଲବ୍ଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ୍ତ ଗ୍ରହର ଜୀବନ ରହସ୍ୟ

ପୃଥିବୀକୁ ମିଶେଇ ଆଠଟା ଗ୍ରହ, ପ୍ଲୁଟୋକୁ ମିଶେଇ ୫ଟା ବାମନଗ୍ରହ, ଚନ୍ଦ୍ରକୁ ମିଶେଇ ଶହ ଶହ ଉପଗ୍ରହ, ଗ୍ରହାଣୁପୁଞ୍ଜ, ଅଗଣିତ ଛୋଟବଡ଼ ପିଣ୍ଡ ଏବଂ ବିଶାଳକାୟ...

ଶିଶୁ ଅନୁକୂଳ ପାଠାଗାର

ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍‌-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ...

ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍‌ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍‌’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri