ସବୁ ପକ୍ଷ ସହ ସମନ୍ବୟ ରକ୍ଷାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୨।୨: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ବୁଧବାର ରେଲଓ୍ବେର ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ପାରାଦୀପ ଗସ୍ତରେ ଯାଇ କଟକ-ପାରାଦୀପ ଏବଂ ପାରାଦୀପ-ହରିଦାସପୁର ରେଳମାର୍ଗ ନିରୀକ୍ଷଣ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ଓ ତାଙ୍କ ଟିମ୍‌ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସମୀକ୍ଷା କରିଥିବାବେଳେ ଟ୍ରାଫିକ ସୁବିଧା ସହ ବିନା କୌଣସି ପ୍ରତିବନ୍ଧକରେ ଟ୍ରେନ ଚଳାଚଳ ଏବଂ ରେଳପଥର ବିଭିନ୍ନ ବିକାଶମୂଳକ କାର୍ଯ୍ୟକଳାପ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରିଥିଲେ। ଏପରିକି ଶର୍ମା ମଧ୍ୟ ପାରାଦୀପ ଅଞ୍ଚଳରେ ରେଳପଥର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ସେହିଭଳି ଉକ୍ତ ସମୀକ୍ଷା ଓ ନିରୀକ୍ଷଣ କାର୍ଯ୍ୟକ୍ରମରେ ସେ ସବୁ ପକ୍ଷଙ୍କ ସହ ଉପଯୁକ୍ତ ସମନ୍ବୟ ରକ୍ଷାକରି କାର୍ଯ୍ୟ କରିବାକୁ ବେଶ୍‌ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଖୋର୍ଦ୍ଧା ରୋଡ୍‌ ରେଳ ମଣ୍ଡଳର ମଣ୍ଡଳ ରେଳପଥ ପ୍ରବନ୍ଧକ ରିଙ୍କେଶ ରାୟଙ୍କ ସହ ରେଳପଥର ଅନ୍ୟ ପ୍ରମୁଖ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ଶର୍ମା ରେଳପଥର ପଣ୍ୟ ଲୋଡିଂ ଓ ଅନ୍‌ଲୋଡିଂ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ରେଳ ସାଇଡିଂ ପରିଦର୍ଶନ କରିଥିଲେ। ସେହିପରି ଦେଶର ରାଜସ୍ବ ବୃଦ୍ଧି ପାଇଁ ପାରାଦୀପ ପୋର୍ଟ ପ୍ରାଧିକରଣ ଏବଂ ଅନ୍ୟାନ୍ୟ ଷ୍ଟେକ୍‌ ହୋଲ୍‌ଡର ଓ ଉଦ୍ୟୋଗଗୁଡିକ ସହ ଘନିଷ୍ଠ ସମନ୍ବୟ ରକ୍ଷା କରିବାକୁ ଶର୍ମା ରେଳ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହା ସିଧାସଳଖ ଦେଶ ପାଇଁ ଲାଭଦାୟକ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri