ପାଇଖାନା ଟାଙ୍କିରୁ ମିଳିଲା କାଗଜ ଟୁକୁଡ଼ା: ହ୍ୟାଣ୍ଡରାଇଟିଂ ଏକ୍ସପର୍ଟର ସାହାଯ୍ୟ ନେବ କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା ଅଫିସ,୨।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାକୁ ଜୋର୍‌ଦାର କରିଛି। କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ରିମାଣ୍ଡର ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚର କେତେକ ଅଧିକାରୀ ଗୋପାଳଙ୍କୁ ମାରାଥନ ଜେରା କରିଥିବା ସୂଚନା ମିଳଇଛି। ଜେରା ବେଳେ ଗୋପାଳ ଦେଉଥିବା ତଥ୍ୟର ସତ୍ୟତା ସହ ପ୍ରମାଣ ସଂଗ୍ରହ ନେଇ କ୍ରାଇମବ୍ରାଞ୍ଚ ଲାଗିପଡିଛି।

ଅନ୍ୟପକ୍ଷେ ଗୋପାଳଙ୍କ ବୟାନ ଅନୁସାରେ କ୍ରାଇମବ୍ରାଞ୍ଚ ଟିମ୍‌ ବୁଧବାର ବିଳମ୍ବିତ ରାତିରେ ଝାରସୁଗୁଡ଼ା ବିମାନବନ୍ଦର ଥାନାରେ ପହଞ୍ଚି ଥିଲା। ପରେ କ୍ରାଇମବ୍ରାଞ୍ଚ ଅଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ ପାଇଖାନା ଟାଙ୍କିରେ ଗୋପାଳ ପକାଇଥିବା କାଗଜ ଦସ୍ତାବିଜକୁ ଉଦ୍ଧାର କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଗୁରୁବାର ଅଧିକାରୀଙ୍କୁ ପାଇଖାନା ଟାଙ୍କିରେ କିଛି କାଗଜ ଟୁକୁଡ଼ା ମିଳିଛି। ଏକ ଲାଲ କାଗଜରେ ଉଭୟ ଇଂଲିଶ ଏବଂ ଓଡ଼ିଆରେ କିଛି ଲେଖାଥିବା ସୂଚନା ମିଳିଛି । ଯାହାକୁ କ୍ରାଇମବ୍ରାଞ୍ଚ ହ୍ୟାଣ୍ଡରାଇଟିଂ ଏକ୍ସପର୍ଟ ମାଧ୍ୟମରେ ଗୋପାଳଙ୍କ ହାତ ଲେଖା କି ନୁହେଁ, ତାହା ଜାଣିବାକୁ ଚେଷ୍ଟା କରିବ ବୋଲି ଜଣାପଡିଛି। ଏପରିକି କାଗଜରେ କ’ଣ ଲେଖାହୋଇଛି, ତାହା ସ୍ପଷ୍ଟ କରିବାକୁ କ୍ରାଇମବ୍ରାଞ୍ଚ ଟିମ୍‌ ଉଦ୍ୟମ ଆରମ୍ଭ କରଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri