ସନସାଇନରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର,୩।୨:ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସନ୍‌ସାଇନ୍‌ ହସ୍ପିଟାଲ ଭୁବନେଶ୍ୱର ନିକଟରେ ଆଉ ଏକ ବିରଳ ଅସ୍ତ୍ରୋପଚାର ସଫଳାତାର ସହ କରିଥିବା ଜଣାପଡ଼ିଛି। ବିଶେଷକରି ରୋବୋଟିକ ଜରିଆରେ ଉକ୍ତ ଅସ୍ତ୍ରୋପଚାର କରାଯାଇଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ଲକ୍ଷ୍ମୀସାଗରସ୍ଥିତ ସନ୍‌ସାଇନ୍‌ ହସ୍ପିଟାଲରେ ବାଲେଶ୍ୱର ଜିଲାର ୫୨ବର୍ଷୀୟା ଶାନ୍ତିଲତା ଦାସ ଜାନୁୟାରୀ ୨୯ରେ ସନ୍‌ସାଇନ ହସ୍ପିଟାଲର ଅସ୍ଥି ଶଲ୍ୟ ବିଭାଗର ଡା. ଚନ୍ଦନ କୁମାର ପଣ୍ଡାଙ୍କ ପରାମର୍ଶ ଅନୁଯାୟୀ ତାଙ୍କର କିଛି ପରୀକ୍ଷା ଏବଂ ଡିଜିଟାଲ ଏକ୍ସ-ରେ କରାଯାଇଥିଲା। ଡାକ୍ତରଙ୍କ ପରାମର୍ଶ ଓ ସମସ୍ତ ପରୀକ୍ଷା ପରେ ରୋଗୀର ରୋବୋଟିକ ଅସ୍ତ୍ରୋପଚାର ସଫଳତାର ସହ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ସନ୍‌ସାଇନ ହସ୍ପିଟାଲ ପକ୍ଷରୁ ନିକଟରେ ଏକ ଖବରଦାତା ସମ୍ମିଳନୀ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ଡା.ପଣ୍ଡା ରୋଗୀ, ରୋଗୀ ଓ ରୋବୋଟିକ ଅସ୍ତ୍ରୋପ୍ରଚାର ବିଷୟରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ସେହିଭଳି ଡା. ପ୍ରଫୁଲ୍ଲ କୁମାର ସାହୁ ହସ୍ପିଟାଲରେ ଉପଲବ୍ଧ ସମସ୍ତ ଚିକିତ୍ସା ସୁବିଧା ବିଷୟରେ ଆଲୋକପାତ କରିଥିଲେ। ପରିଶେଷରେ ଅନୁଷ୍ଠାନର ସିଇଓ ଭିନୀତ ସାଇନ୍‌ ରୋବୋଟିକ ସର୍ଜରି ଆସନ୍ତା ପିଢ଼ି ପାଇଁ ଏକ ବିଶେଷ ସ୍ଥାନ ନେବାରେ ଅନେକ ସହାୟ ହେବ ବୋଲି ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri