Posted inଜାତୀୟ

ଅଖିଳେଶଙ୍କ କାର୍କେଡରେ ବଡ଼ ଦୁର୍ଘଟଣା: ପଛକୁ ପଛ ପିଟି ହେଲା ୪ଗାଡ଼ି

ହର୍ଦ୍ଦୋଇ,୩।୨: ସାମାଜବାଦୀ ପାର୍ଟି(ଏସ୍‌ପି)ର ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ସହ ଜଡ଼ିତ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶର ହର୍ଦ୍ଦୋଇରେ ଅଖିଳେଶଙ୍କ କାର୍କେଡ ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ଏକାସଙ୍ଗେ ୪ରୁ ଊର୍ଦ୍ଧ୍ୱ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅନେକ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ହରପାଲପୁରର ବୈଠାପୁରରେ ଅନୁଷ୍ଠିତ ହୋଇଥିବା ଏକ ବିବାହ ସମାରୋହରେ ସାମିଲ ହେବାକୁ ଅଖିଳେଶ ଯାଦବ ଯାଉଥିଲେ। ଏହି ସମୟରେ ମଲ୍ଲାବା ବିଲଗ୍ରାମ ରୋଡର ଖେମିପୁର ଗ୍ରାମ ନିକଟରେ କୌଣସି କାରଣରୁ କାର୍କେଡର ଏକ ଗାଡ଼ି ବ୍ରେକ୍‌ ଲଗାଇଥିବା ବେଳେ ଅନ୍ୟ ଗାଡ଼ିଗୁଡ଼ିକ ପଛକୁ ପଛ ପରସ୍ପର ସହ ପିଟି ହୋଇଯାଇଥିଲା। ହେଲେ ଦୁର୍ଘଟଣାରେ ଅଖିଳେଶଙ୍କ ଗାଡ଼ି ଅଳ୍ପକେ ବର୍ତ୍ତଯାଇଛି। ତାଙ୍କ ଗାଡ଼ିର କୌଣସି କ୍ଷତି ହୋଇ ନ ଥିବା ସୂଚନା ମିଳିଛି। କାରଣ ତାଙ୍କ ପଛରେ ଥିବା ଅନ୍ୟ ଗାଡ଼ିଗୁଡ଼ିକ ପରସ୍ପର ସହ ପିଟି ହୋଇଥିଲେ। ଏହି ଦୁର୍ଘଟଣାର କେତେକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ୪ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri