Posted inଜାତୀୟ

ପାଟନା ବଦଳରେ ରାଜସ୍ଥାନ ପହଞ୍ଚାଇଲା ବିମାନ, ତଦନ୍ତ ନିର୍ଦ୍ଦେଶ ଦେଲା ଡିଜିସିଏ

ନୂଆଦିଲ୍ଲୀ,୪।୨: ଇଣ୍ଡିଗୋ ଏୟାରଲାଇନ୍ସ ଜଣେ ଯାତ୍ରୀଙ୍କୁ ବିହାର ବଦଳରେ ରାଜସ୍ଥାନରେ ପହଞ୍ଚାଇଦେଇଛି। ଏହି ପ୍ରସଙ୍ଗରେ ଶୁକ୍ରବାର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ତଦନ୍ତ ପାଇଁ ନିର୍ଦ୍ଦେଶ ଜାରି କରିଛି। ଡିଜିସିଏ କହିଛି ଯେ, ଏହି ଯାତ୍ରୀ ପାଟନାକୁ ଏକ ଇଣ୍ଡିଗୋ ବିମାନରେ ଯିବା କଥା, କିନ୍ତୁ ଏହା ବଦଳରେ ସେ ଉଦୟପୁର ଅଭିମୁଖେ ଆଉ ଏକ ଇଣ୍ଡିଗୋ ବିମାନରେ ଚଢିଥିଲେ। ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଜାନୁୟାରୀ ୩୦ରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଆଫସର ହୁସେନ ନାମକ ଜଣେ ଯାତ୍ରୀ ଇଣ୍ଡିଗୋ ବିମାନ ୬ଇ-୨୧୪ରେ ପାଟନାକୁ ଟିକେଟ୍‌ ବୁକ୍‌ କରିଥିଲେ। ଏଥିସହ ଯାତ୍ରୀ ନିର୍ଦ୍ଧାରିତ ବିମାନରେ ଯିବା ପାଇଁ ଜାନୟାରୀ ୩୦ରେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଥିଲେ, କିନ୍ତୁ ଭୁଲରେ ଇଣ୍ଡିଗୋ ଉଦୟପୁର ବିମାନ ୬ଇ-୩୧୯ରେ ଚଢିଯାଇଥିଲେ।
ଏହାପରେ ଯାତ୍ରୀଜଣଙ୍କ ଉଦୟପୁର ବିମାନବନ୍ଦରରେ ପହଞ୍ଚିବା ପରେ ସେ ଜାଣିବାକୁ ପାଇଲେ। ଏହାକୁ ନେଇ ସେ ଉଦୟପୁର ବିମାନବନ୍ଦରରେ ଥିବା ଅଧିକାରୀମାନଙ୍କୁ ଜଣାଇଥିଲେ। ପରେ ବିମାନବନ୍ଦର ଅଧିକାରୀ ବିମାନ କମ୍ପାନୀକୁ ଏ ସମ୍ପର୍କରେ ସୂଚନା ଦେଇଥିଲେ। ଖବର ମୁତାବକ ଇଣ୍ଡିଗୋରେ ଆଉ ଏକ ବିମାନରେ ତାଙ୍କୁ ଦିଲ୍ଲୀ ନିଆଯାଇ ପରଦିନ ତାଙ୍କୁ ପାଟନା ଅଣାଯାଇଥିଲା। ବୋର୍‌ ବେଳେ ତ୍ରୁଟିପୂର୍ଣ୍ଣ ଯୋଗୁ ତାଙ୍କୁ ଭୁଲରେ ଆଉ ଏକ ବିମାନର ଠିକଣା ଦିଆଯାଥିଲା। ବୋର୍ଡିଂ ପାସ ଭଲ ଭାବେ ସ୍କାନ କରାଯାଇନଥିଲା ଏବଂ ବୋର୍ଡିଂ ପୂର୍ବରୁ ନିୟମ ଅନୁଯାୟୀ ଚେକିଂ କରାଯାଇ ନ ଥିଲା। ତେବେ ଏହି ଘଟଣାକୁ ନେଇ ଡିଜିସିଏ ଅଧିକାରୀ କହିଛନ୍ତି, ଏ ବାବଦରେ ଏକ ରିପୋର୍ଟ ମଗାଯାଇଛି ଏବଂ ବିମାନ ସେବା ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri