ମନ୍ତ୍ରୀଙ୍କ ଗସ୍ତରେ ବନ୍ଧୁକ ହଟାଗଲା

କେନ୍ଦ୍ରାପଡ଼ା ଅଫିସ, ୪ା୨: ପୋଲିସକୁ ମନ୍ତ୍ରୀମାନେ ଏବେ ଭୟ କଲେଣି। ପୋଲିସ ଗୁଳିରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଜୀବନ ଯିବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ାରେ। ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ନିରାପତ୍ତା ଦାୟିତ୍ୱରେ ଥିବା ଜିଲା ପୋଲିସ କେତେଜଣ ଅଧିକାରୀଙ୍କ ନିକଟରୁ ଶୁକ୍ରବାର ବନ୍ଧୁକ ହଟାଇ ନିଆଯାଇଥିବା ଦେଖିବାକୁ ମିଳିଛି। ଏପରି କି ଇନ୍ସପେକ୍ଟର ର଼୍ୟାଙ୍କର ଅଧିକାରୀଙ୍କ ପାଖରେ ବନ୍ଧୁକ ନ ରହିବା ଆଲୋଚନାର ବିଷୟ ହୋଇଛି।
ପୂର୍ବାହ୍ନରେ ଶିଳ୍ପମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ କରିଡ଼ର ପ୍ରତିଷ୍ଠା ପାଇଁ ଗସ୍ତ କରିଥିଲେ। ଡେରାବିଶ ବ୍ଲକର ରାଜନଗର, ବଳଭଦ୍ରପୁର ଓ ରଘୁଦେଇପୁରକୁ ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କ ସହ ଜିଲା ପ୍ରଶାସନିକ ଅଧିକାରୀ ଯାଇଥିଲେ। ଏଥିସହ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ହୋଇଥିଲା। ଶିଳ୍ପମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ତେବେ ଇନ୍ସପେକ୍ଟର କିମ୍ବା ଅଧସ୍ତନ ପଦାଧିକାରୀଙ୍କ ନିକଟରେ ବନ୍ଧୁକ ଦେଖିବାକୁ ମିଳି ନ ଥିଲା। ଏ ସମ୍ପର୍କରେ ଶିଳ୍ପମନ୍ତ୍ରୀଙ୍କୁ ପଚାରିବାରେ ପୋଲିସ ତାଙ୍କ କାମ କରନ୍ତୁ ବୋଲି କହି ପ୍ରଶ୍ନ ଏଡ଼ାଇ ଯାଇଥିଲେ। ସୁରକ୍ଷା ଦାୟିତ୍ୱରେ ଥିବା ଟାଉନ ଥାନା ଇନ୍ସପେକ୍ଟର ତପନ କୁମାର ନାୟକ ଓ ମହାକାଳପଡ଼ା ଥାନା ଇନ୍ସପେକ୍ଟର ମହେଶ୍ୱର ସେଠୀଙ୍କ ପାଖରେ ବନ୍ଧୁକ ନ ଥିବା ସମ୍ପର୍କରେ ପଚାରିବାରୁ ଉଭୟେ ଏହି ପ୍ରସଙ୍ଗ ଏଡ଼ାଇ ଯାଇଥିଲେ। ଏ ସମ୍ପର୍କରେ ଏସ୍‌ଡିପିଓ ଜୟନ୍ତ କୁମାର ମହାପାତ୍ର କୁହନ୍ତି, ମନ୍ତ୍ରୀଙ୍କ ନିରାପତ୍ତା ନେଇ କୌଣସି ତ୍ରୁଟି ହୋଇନାହିଁ। ପାଇଲଟ ଗାଡ଼ି ଓ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀ ରାଇଫଲ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri