ଟିଟିଲାଗଡରୁ ୩୧ ଲକ୍ଷରୁ ଊର୍ଦ୍ଧ୍ୱ ନକଲି ନୋଟ୍‌ ଜବତ

ଭୁବନେଶ୍ୱର,(ବ୍ୟୁରୋ)/ ଟିଟିଲାଗଡ଼, ୪ା୨(ଡି.ଏନ୍‌.ଏ.): ରାଜ୍ୟରେ ନକଲି ନୋଟ କାରବାର ଦିନକୁ ଦିନ ବଢି ଚାଲିଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ବରଗଡ଼ ପରେ ଏବେ ବଲାଙ୍ଗୀରରେ ନକଲି ନୋଟ୍‌ କାରବାର ଧରାପଡିଛି। ଟିଟିଲାଗଡ଼ ସହର ବସ୍‌ଷ୍ଟାଣ୍ଡ୍‌ ନିକଟ ପାର୍କରେ ଡିଲ୍‌ ଚାଲିଥିବାବେଳେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ସ୍ଥାନୀୟ ପୋଲିସ ସହାୟତାରେ ଚଢ଼ାଉ କରି ବିପୁଳ ପରିମାଣର ନକଲି ନୋଟ୍‌ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ୩୧ ଲକ୍ଷ ୨୭ ହଜାର ୫୦୦ ଟଙ୍କା ନକଲି ନୋଟ, ଗୋଟିଏ ମୋବାଇଲ ଫୋନ୍‌ ଓ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି। ଜବତ ନୋଟରେ ୫୦୦, ୨୦୦ ଓ ୧୦୦ ଟଙ୍କିଆ ନୋଟ ରହିଥିବା ଜଣାପଡିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କଳାହାଣ୍ଡି ଜିଲା କେଗାଁ ଥାନା ଅନ୍ତର୍ଗତ କଣ୍ଟାମାଲ ଗ୍ରାମର ଲିଙ୍ଗରାଜ ବେହେରା। ଏନେଇ ଏସ୍‌ଟିଏଫ୍‌ ବିଭିନ୍ନ ଦଫାରେ ମାମଲା (ନଂ.୪/୨୩ ) ରୁଜୁ କରି ଅଭିଯୁକ୍ତଙ୍କୁ ଟିଟିଲାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଘଟଣାସ୍ଥଳରୁ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଥିବାବେଳେ ଏହି କାରବାର ପାଇଁ ୫ଲକ୍ଷ ଟଙ୍କାର ଡିଲ୍‌ ହୋଇଥିବା ପଚରାଉଚରାବେଳେ ଅଭିଯୁକ୍ତ ଲିଙ୍ଗରାଜ କହିଛନ୍ତି। ତେବେ ଜବତ ନକଲି ନୋଟ୍‌କୁ ପଶ୍ଚିମବଙ୍ଗସ୍ଥିତ ଭାରତୀୟ ରିଜର୍ଭ ବ୍ୟାଙ୍କ ନୋଟ୍‌ ମୁଦ୍ରଣ ପ୍ରାଇଭେଟ ଲିମିଟେଡ୍‌କୁ ଯାଞ୍ଚ ପାଇଁ ପଠାଯିବ। ଏହା କେଉଁଠି ଛପା ଯାଇଥିଲା, ର଼୍ୟାକେଟର ମାଷ୍ଟରମାଇଣ୍ଡ୍‌ କିଏ, ପୂର୍ବରୁ ଜବତ ନକଲି ନୋଟ୍‌ ସହ ଏହାର ଲିଙ୍କ୍‌ ରହିଛି କି ନାହିଁ ତାହାର ଅଧିକ ତଦନ୍ତ ପାଇଁ ଲିଙ୍ଗରାଜଙ୍କୁ ରିମାଣ୍ଡରେ ଆଣିବାକୁ ଯୋଜନା କରିଛି ଏସ୍‌ଟିଏଫ୍‌।
ଏସଟିଏଫ୍‌ର ସୂଚନାନୁସାରେ, ଅଭିଯୁକ୍ତ ଲିଙ୍ଗରାଜ ଗତ ୧ ତାରିଖ ସାରେ ଉକ୍ତ ନକଲି ନୋଟ୍‌କୁ ଅନ୍ୟ ଜଣଙ୍କୁ ଦେବାକୁ ଅପେକ୍ଷା କରିଥିଲେ। ଖବର ପାଇ ଏସ୍‌ଟିଏଫ୍‌ ଓ ସ୍ଥାନୀୟ ପୋଲିସ୍‌ ଟିମ୍‌ ସଦଳବଳେ ଚଢାଉ କରି ତାଙ୍କୁ କାବୁ କରିବାରେ ସଫଳ ହୋଇଥିଲେ। ଏହି ରାକେଟହରେ ଏକାଧିକ ବ୍ୟକ୍ତିଙ୍କ ସଂପୃକ୍ତ ରହିଥିବା ଏସଟିଏଫ୍‌ ଜାଣିବାକୁ ପାଇଛି। ତେଣୁ ସେମାନଙ୍କୁ ଧରିବା ଲାଗି ବିଭିନ୍ନ ଜାଗାରେ ଚଢାଉ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଏସ୍‌ଟିଏଫ୍‌ ଦ୍ୱାରା ୭୮ ଲକ୍ଷ ୭୦ ହଜାର ୬୦୦ ଟଙ୍କାର ନକଲି ନୋଟ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri