ପ୍ରଧାନ ଶିକ୍ଷକଙ୍କ ଦିନକର ଦରମା ବନ୍ଦ

କେନ୍ଦୁଝର,୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ମଲଦା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉପସ୍ଥାନ ଖାତାରେ ପରଦିନର ଦସ୍ତଖତ ପୂର୍ବଦିନ କରି ଧରାପଡ଼ିଥିଲେ। ଏନେଇ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ତାଙ୍କର ଦିନକର ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍‌ କରିଛନ୍ତି।
ସୂଚନା ଅନୁଯାୟୀ, ଜାନୁୟାରୀ ୩୦ରେ ଜିଲା ଶିକ୍ଷାଧିକାରୀ ବିଦ୍ୟାଳୟକୁ ଦିନ ୧୦ଟାରେ ପରିଦର୍ଶନରେ ଯାଇଥିଲେ। ସେ ସମୟରେ ପ୍ରଧାନଶିକ୍ଷକ ଅକ୍ଷୟ ମହାନ୍ତ ବିଦ୍ୟାଳୟକୁ ନ ଆସିଥିଲେ ମଧ୍ୟ ଉପସ୍ଥାନ ଖାତାରେ ସମୟ ୯ଟା ୩୦ ମିନିଟ୍‌ରେ ଉଲ୍ଲେଖ କରାଯାଇ ଦସ୍ତଖତ ରହିଥିବା ଦେଖିବାକୁ ପାଇଥିଲେ। ପ୍ରଧାନଶିକ୍ଷକ ପୂର୍ବଦିନ ଅର୍ଥାତ ଜାନୁୟାରୀ ୨୯ରେ ଆଗୁଆ ଦସ୍ତଖତ କରିଥିବା ଅନୁସନ୍ଧାନ କରି ଜିଲା ଶିକ୍ଷାଧିକାରୀ ସେଠୀ ଜାଣିବାକୁ ପାଇଥିଲେ। ପରେ ସେ ଉକ୍ତ ଦିିନ ୧୧ ଟା ୪୫ରେ ବିଦ୍ୟାଳୟକୁ ପହଞ୍ଚତ୍ଥିଲେ। ପ୍ରଧାନଶିକ୍ଷକ ପୂର୍ବରୁ ଅନେକ ଥର ବିଳମ୍ବରେ ବିଦ୍ୟାଳୟ ଆସୁଥିବା ସ୍ଥାନୀୟ ଲୋକ ପ୍ରତିନିଧି ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଜିଲା ଶିକ୍ଷା ଅଧିକାରୀ ଏହାର ସତ୍ୟାସତ୍ୟ ଜାଣିବା ପରେ ୧ ଦିନର ଦରମା ବନ୍ଦ କରିବା ସହ ପ୍ରଧାନଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରି ୭ ଦିନ ମଧ୍ୟରେ ତ୍ତତ୍ତର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସନ୍ତୋଷଜନକ ଉତ୍ତର ନ ମିଳିଲେ ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

ପ୍ରାର୍ଥୀଙ୍କ ଟାର୍ଗେଟ୍‌ରେ ତେଲୁଗୁ ଭୋଟର

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ଆସନ୍ତା ନିର୍ବାଚନରେ ରାୟଗଡ଼ା ଜିଲାର ୩ ବିଧାନସଭା ଆସନ ସହ କୋରାପୁଟ ଲୋକ ସଭା ଆସନ ଜିତିବା ପାଇଁ ସବୁ ଦଳର ପ୍ରାର୍ଥୀ...

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri