Odisha Elections 2024

ପୂର୍ବତନ ସରପଞ୍ଚଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ

ଆନନ୍ଦପୁର,୪।୨(ଡି.ଏନ୍‌.ଏ): ରାସ୍ତାରେ ଠିଆ ହୋଇଥିବା ବେଳେ ରାମଚନ୍ଦ୍ରପୁର ଥାନା ଅଧୀନ ଗଡ଼ବାନ୍ଧୋଗଡ଼ା ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ଭାଇ ସନ୍ତୋଷ ବିଶ୍ୱାଳଙ୍କୁ ଶନିବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ମୁତାବକ, ଶନିବାର ସକାଳେ ଗାଁ ରାସ୍ତାରେ ସନ୍ତୋଷ ଠିଆ ହୋଇଥିଲେ। ସେତିକିବେଳେ ଗାଁର ଦୁଇ ଜଣ ବ୍ୟକ୍ତି ରାଜନୈତିକ ଶତ୍ରୁତାକୁ ନେଇ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଏନେଇ ସନ୍ତୋଷ ଚିତ୍କାର କରିଥିଲେ। ପାଟି ଶୁଣି ସ୍ଥାନୀୟ କିଛି ଲୋକ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରିଥିଲେ। ଖବର ପାଇ ରାମଚନ୍ଦ୍ରପୁର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ...

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri