Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୫ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରର କିଛି ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି। ଅବଶ୍ୟ ବନ୍ଧୁମାନେ ସାହାଯ୍ୟ କରିବେ ଓ କୌଣସି କାମ ମଧ୍ୟ ଅଟକିବ ନାହିଁ। ଲେଖାପଢ଼ା, ଧର୍ମକାର୍ଯ୍ୟ, ସାଂସ୍କୃତିକ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ବିବାଦୀୟ ଘଟଣା ଓ ସଭାସମିତି, ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। ଆଲୋଚନା ପରିସରରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ମାନସିକ ଅବସାଦ ହେତୁ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ପୂର୍ବପରି ରହିବା ସାଙ୍ଗକୁ ସାଧାରଣ କଥାକୁ କେନ୍ଦ୍ରକରି ମାନସିକ ଅସ୍ଥିରତା ସୃଷ୍ଟିହେବ। ସରକାରୀ ସ୍ତରରୁ କର୍ମକ୍ଷେତ୍ରରେ କୌଣସି ଖବର ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ କିଛି ଅସୁବିଧା ହେବ ନାହିଁ। ଅର୍ଥାଭାବ, ନିର୍ମାଣ, ପ୍ରକଳ୍ପ, ନୂତନ ଯୋଜନା ପାଇଁ ବାଧକ ସାଜିପାରେ।
କର୍କଟ
କର୍କଟ
ଗୁରୁଜନଙ୍କ ପରାମର୍ଶକୁ ଗ୍ରହଣ କରି କେତେକାଂଶରେ ସୁଯୋଗର ସଦ୍‌ ବ୍ୟବହାର କରିପାରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ମନୋରଞ୍ଜନ ଜିନିଷ କ୍ରୟ ସକାଶେ ମନ ବଳାଇପାରନ୍ତି। ପାରିବାରିକ ସମସ୍ୟା ଅନ୍ୟ ଆଗରେ ପ୍ରକାଶ କରି ଓଲଟା ଫଳ ପାଇବେ। ସହକର୍ମୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ଉପକୃତ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ପ୍ରତ୍ୟେକ କଥାକୁ ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକଙ୍କଠାରୁ ଯାହା ଯେତିକି ପରିମାଣରେ ପାଇବା କଥା, ତାହା ପାଇବା ଦୁର୍ବିଷହ ହୋଇପାରେ।
କନ୍ୟା
ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ମାଦକ ଦ୍ରବ୍ୟ ସେବନରୁ ବକ୍ଷ ବେଦନା ସୃଷ୍ଟି ହେବାର ସୂଚନା ରହିଛି। ଉପରିସ୍ଥଙ୍କ ଆଶ୍ୱସନା ଲାଭକରି ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ଆବଶ୍ୟକତା ପୂରଣ କରିବା କ୍ଷେତ୍ରରେ ଧାରକରଜ କରି କାମ ଚଳାଇ ନେବେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆଗାମୀ ମାଙ୍ଗଳିକ
ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ନୂତନ ଗୃହ ନିର୍ମାଣ, ପଦସ୍ଥ ବ୍ୟକ୍ତିଙ୍କ ସହ ଆଲୋଚନା ପ୍ରଭୃତିରେ ସମୟ କଟାଇ ପାରନ୍ତି। କୌଣସି ଏକ ବନ୍ଧୁମିଳନ ଅବସରରେ ମିତ୍ରତାର ବନ୍ଧନରେ ଆବଦ୍ଧ ହେବେ।
ବିଛା
ବିଛା
ଆପୋସ ଆଲୋଚନା ହେତୁ ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହେବ। ଆଜିହିଁ ଶେଷ କରିବାକୁ ଚାହୁଁଥିଲେ ମଧ୍ୟ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ତଥା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ଧନୁ
ଧନୁ
ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଚେଷ୍ଟା କଲେ ଉପକୃତ ଅବଶ୍ୟ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ତଥାପି ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
ମକର
ମକର
ଯେତେ କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇ ପାରିବ ନାହିଁ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାରୁ ମନ ଭଲ ରହିନପାରେ। ସଭାସମିତିରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଯୋଜନା ଅନୁଯାୟୀ କାମ କରିଚାଲନ୍ତୁ, ନିଶ୍ଚୟ ଉପକୃତ ହେବେ। ପିଲାଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସମାଧାନ ହୋଇଯିବ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ଆମତ୍ୀୟମାନେ ଶତ୍ରୁତା କରିବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସାମାନ୍ୟ ବିଘ୍ନ ଆସିଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ।
ମୀନମୀନ
ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ପୂର୍ବରୁ ସୁପରିକଳ୍ପିତ ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ସାମୟିକ ଚିନ୍ତା ଉଦ୍ରେକ କରିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri