ବର୍ଷକ ମଧ୍ୟରେ କେନ୍ଦ୍ରାପଡ଼ାରେ ଶିଳ୍ପ ପ୍ରତିଷ୍ଠା

ଭୁବନେଶ୍ୱର,୫।୨(ବ୍ୟୁରୋ): ଶକ୍ତି, ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଶନିବାର ଡୁବୁରୀ-ପାରାଦୀପ ଏକ୍ସପ୍ରେସ୍‌ ହାଇୱେ କଡ଼ରେ ଶିଳ୍ପ ପ୍ରତିଷ୍ଠା ଲାଗି ଜମି ଚିହ୍ନଟ ପାଇଁ ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନ ବୁଲି ଦେଖିଛନ୍ତି। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ, ଓପିଟିସିଏଲ୍‌ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ର, କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜ, କେନ୍ଦ୍ରାପଡ଼ା ଆରକ୍ଷୀ ଅଧୀକ୍ଷକ ସନ୍ଦୀପ ସମ୍ପତ୍‌ ମାଡ୍‌କର, ଇଡ୍‌କୋ ଜିଏମ୍‌. କଲ୍ୟାଣ ମହାନ୍ତିଙ୍କ ସହ ଆସି ସେ ପ୍ରଥମେ ଯାଜପୁର ଜିଲାର ଦର୍ପଣ ତହସିଲ, ଚଣ୍ଡିଖୋଲ-ପାରାଦୀପ ଟୋଲଗେଟ୍‌ ସନ୍ନିକଟ ଶ୍ରୀରାମପୁର ମୌଜାର କେତେକ ଅବ୍ୟବହୃତ ଜମି ଦେଖିଥିଲେ। ଏସବୁ ସ୍ଥାନ ଘରୋଇ ମାଲିକାନାରେ ଥିବା ସତ୍ତ୍ବେ ଚାଷ କରାଯାଉ ନ ଥିବା ଦେଖାଯାଇଛି। ପରେ ମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲର କେତେକ ସ୍ଥାନ ବୁଲି ଦେଖିଥିଲେ।
ସେଠାରୁ କେନ୍ଦ୍ରାପଡ଼ା ଯାଇ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ବୈଠକ କରି ଜିଲାପାଳଙ୍କ ଦ୍ୱାରା ଚିହ୍ନଟ ହୋଇଥିବା ମହାକାଳପଡ଼ା ତହସିଲର ଅମେଇପାଳ ମୌଜା, କଳଗଡ଼ା, ଯଦୁପୁର, ଅଙ୍ଗୁଳାଇ, ବେରୁହାଁ ମୌଜା, ଡେରାବିଶ ତହସିଲର ଫକୀରାବାଦ, ତିଲକପୁର ଓ ନୂଆହାଟ ମୌଜାଗୁଡ଼ିକରେ ଉପଲବ୍ଧ ଜମି ନକ୍ସା ଅନୁଧ୍ୟାନ କରିଥିଲେ। କେନ୍ଦ୍ରାପଡ଼ା ଜିଲାରେ କୌଣସି ଶିଳ୍ପ ପ୍ରତିଷ୍ଠାନ ହୋଇପାରୁନାହିଁ। ତେଣୁ ଏସବୁ ଚିହ୍ନଟ ଜମିକୁ ଶିଳ୍ପ ପ୍ରତିଷ୍ଠାନ ନିର୍ମାଣ ସକାଶେ କିପରି ପ୍ରସ୍ତୁତ କରାଯାଇ ପାରିବ ସେନେଇ ଆଲୋଚନା କରାଯାଇଛି। ଯେଉଁ ବେସରକାରୀ ଜମି ଏହି ଉଦ୍ଦେଶ୍ୟରେ କ୍ରୟ କରାଯିବ ତାର ମୂଲ୍ୟ ପଟ୍ଟାଦାରଙ୍କ ଖାତାରେ ଜମାହେବ ବୋଲି ସେ ସୂଚନା ଦେଇଥିଲେ। ତେବେ ସମସ୍ତ ଜଣାପଡିବା ପରେ ଶର୍ମା କଳଗଡ଼ାଠାରେ ଥିବା ଜମି ଚକଡ଼ାକୁ ପ୍ରଥମ, କଳଗଡ଼ାର ଦ୍ୱିତୀୟ ଚକଡ଼ାକୁ ଦ୍ୱିତୀୟ ଓ ମଣିକୁନ୍ଦା ଜମି ଚକଡ଼ାକୁ ତୃତୀୟ ଭାବେ ପ୍ରାଥମିକତା ସୂତ୍ରରେ ବାଛିବାକୁ କହିଛନ୍ତି। ଏ ସବୁ ଜମିର କିସମ, ଜମି ମାଲିକଙ୍କ ଜାତି, ବିକ୍ରି ପାଇଁ ମତାମତ ଉପରେ ଅନୁଧ୍ୟାନ କରିବାକୁ ସେ ଜିଲାପାଳ, ଜମି ଅଧିଗ୍ରହଣ ଅଧିକାରୀ ଓ ରାଜସ୍ବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସେଠାରୁ ମନ୍ତ୍ରୀ ପାରାଦୀପ ଯାଇ ପ୍ଲାଷ୍ଟିକ୍‌ ପାର୍କଠାରେ ସିପେଟ୍‌ ଦ୍ୱାରା ପରିଚାଳିତ ତାଲିମ କାର୍ଯ୍ୟକ୍ରମର ସଂଚାଳନ ସହ ପ୍ଲାଷ୍ଟିକ୍‌ର ବିଭିନ୍ନ ବ୍ୟବହାରଯୋଗ୍ୟ ଉପକରଣର ନିର୍ମାଣଶୈଳୀ ବୁଲି ଦେଖିଥିଲେ। ସମ୍ପ୍ରତି ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ, ମହାନଦୀ କୋଲ୍‌ଡ ଫିଲ୍‌ଡ ଲିମିଟେଡ୍‌ ଏବଂ ଓଡ଼ିଶା ଅନୁସୂଚିତ ଜାତି/ଜନଜାତି ଉନ୍ନୟନ ନିଗମ ଦ୍ୱାରା ପ୍ରାୟୋଜିତ ଯୁବତୀଯୁବକଙ୍କୁ ତାଲିମ ଦିଆଯାଉଥିବା ଅନୁଧ୍ୟାନ କରିଛନ୍ତି। ପରେ ସେଠାରେ ଜଗତ୍‌ସିଂହପୁର ଜିଲାପାଳ ସୁଶ୍ରୀ ପାରୁଲ ପଟ୍ଟୱାରୀ ଓ ଜିଲାସ୍ତରୀୟ ଅଧିକାରୀ ତଥା ଇଡ୍‌କୋର ଜମି ଅଧିଗ୍ରହଣ ଅଧିକାରୀମାନଙ୍କ ଉପସ୍ଥିତିରେ ଇଡ୍‌କୋ ଦ୍ୱାରା ଶିଳ୍ପପୁଞ୍ଜ ପ୍ରତିଷ୍ଠା ଓ ବିକାଶ ନିମନ୍ତେ କରାଯାଉଥିବା ଜମି ଅଧିଗ୍ରହଣ ପ୍ରକ୍ରିୟା ସମ୍ପର୍କରେ ଏକ ବୈଠକ କରାଯାଇଥିଲା। ଓଡ଼ିଶା ଶକ୍ତି ସଂଚରଣ ନିଗମ ଓ ଟିପିସିଓଡିଏଲ୍‌ ଦ୍ୱାରା କରାଯାଉଥିବା ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କରାଯାଇ ଆଗାମୀ ୨୦/୩୦ ବର୍ଷକୁ ଦୃଷ୍ଟିରେ ରଖି ବିଦ୍ୟୁତ୍‌ର ଆବଶ୍ୟକତାକୁ ଆକଳନ କରି ଯୋଜନା ପ୍ରସ୍ତୁତ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri