କ୍ୟାମ୍ପ ଅଫିସରେ ଡିଜିପିଙ୍କ ବୈଠକକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୫।୨(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି କରି ହତ୍ୟା କରିବା ଘଟଣାକୁ ଶନିବାର ସପ୍ତାହେ ପୂରିଛି। ହେଲେ ମନ୍ତ୍ରୀଙ୍କୁ ହତ୍ୟା କରିବା ପଛରେ କ’ଣ ରହିଛି ରହସ୍ୟ, ତାହା ଏଯାବତ ସ୍ପଷ୍ଟ ହୋଇନାହିଁ। ଏହା ଭିତରେ ଶୁକ୍ରବାର ପୋଲସି ଡିଜି ସୁନୀଲ ବଂଶଲ ଖବରଦାତା ସମ୍ମିଳନୀ କରି ମୁହଁ ଖୋଲିଥିଲେ। ହେଲେ ଶନିବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ଡାକିଥିଲେ ଡିଜିପି ବଂଶଲ। ଫଳରେ ବହୁ ଅଧିକାରୀ ତଥା ଆଇନଶୃଙ୍ଖଳା ବିଭାଗର ଏଡିଜି ଆର. କେ. ଶର୍ମା,ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଗୋଇନ୍ଦା ଡିଆଇଜି ଅନୁପ ସାହୁଙ୍କ ସହ ଆଇଜି ପ୍ରୋଭିଜନ ଯତୀନ୍ଦ୍ର କୋଏଲ ଓ ଏଡିଜି ହେଡ୍‌କ୍ୱାର୍ଟର ଏସ୍‌. ଦେବଦତ୍ତ ସିଂ ମଧ୍ୟ ଉପସ୍ଥିତ ହୋଇଥିଲେ। ତେବେ ଏହି ବୈଠକରେ କ’ଣ ଆଲୋଚନା ହେଲା ତାହା ସ୍ପଷ୍ଟ କରାଯାଇ ନ ଥିଲେ ମଧ୍ୟ ଏହାକୁ ନେଇ ନାନା ଚର୍ଚ୍ଚା ଚାଲିଛି। ଅନ୍ୟପଟେ ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଥିବାରୁ ସୁରକ୍ଷା ବ୍ୟବସ୍ଥା କିଭଳି କଡାକଡି କରାଯିବ ସେନେଇ ଆଲୋଚନା ହୋଇଥିବା କୁହାଯାଉଛି। କିନ୍ତୁ ଉଚ୍ଚ ପଦସ୍ଥ ପୋଲିସ ଅଧିକାରୀଙ୍କୁ ଡାକି ରୁଦ୍ଧଦ୍ୱାର ବୈଠକ କରିବା ଓ ଏବାବଦରେ କୌଣସି ବି ଜଣେ ଅଧିକାରୀ ମୁହଁ ନ ଖୋଲିବା ସନ୍ଦେହ ବଢ଼ାଉଛି। ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ଘଟଣାକୁ ନେଇ ରାଜନୀତି ଜୋର ଧରିଥିବାବେଳେ ଅନ୍ୟପଟେ ଓଡ଼ିଶା ପୋଲିସର ଭୂମିକାକୁ ନେଇ ସାଧାରଣରେ ନାନା ଚର୍ଚ୍ଚା ଚାଲିଛି। କିଏ କହୁଛି ଘଟଣାର ପ୍ରକୃତ ସତ ପଦାକୁ ଆସିବନି ତ ପୁଣି କିଏ କହୁଛି ଘଟଣାକୁ ଚାପି ଦିଆଯିବ। ଏଭଳି ଘଟଣାର ପୁନରାବୃତ୍ତି ନ ହେବା ଲାଗି ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସ୍‌ଓ)ଙ୍କୁ କିଭଳି ତାଲିମ ଦିଆଯିବ ଓ ଭିଆଇପିଙ୍କୁ କିପରି ସୁରକ୍ଷା ଯୋଗାଇ ଦିଆଯିବ ତାହାର ତମାମ ଦିଗକୁ ନେଇ ଆଲୋଚନା ହୋଇଥିବା ଶୁଣିବାକୁ ମିଳିଛି। ଅନ୍ୟପଟେ ଅବହେଳା ଏଡାଇବା ପାଇଁ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ହୋଇପାରେ ନଚେତ ବଡ଼ ଧରଣର ଅଦଳବଦଳ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri