କେବିଏନ୍‌ ଗ୍ୟାଙ୍ଗ ମୁଖ୍ୟ ବୁବୁ ଜେନା ପୁଣି ଗିରଫ

ଭୁବନେଶ୍ୱର,୪।୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଏମ୍ବାସି ବାର୍‌ ଭଙ୍ଗାରୁଜା ଏବଂ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଫେରାର ଥିବା ଅନ୍ୟଜଣେ ଅଭିଯୁକ୍ତ ତଥା କେବିଏନ ଗ୍ୟାଙ୍ଗର ମୁଖ୍ୟଙ୍କୁ ମାସକ ପରେ ଧରିଛି ପୋଲିସ। ସେ ହେଲେ ଏୟାରପୋର୍ଟ ଥାନା ଅଞ୍ଚଳରେ ରହୁଥିବା କେନ୍ଦ୍ରାପଡାର ବୁବୁ ଜେନା ଓରଫ ଦେବୀ ପ୍ରସାଦ ଜେନା। ତାଙ୍କଠାରୁ ଗୋଟିଏ କାର୍‌ ଜବତ ହୋଇଛି। କିନ୍ତୁ ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଏକ ନିର୍ଦ୍ଦିଷ୍ଟ ଦଳର ଛାତ୍ର ନେତା ସଞ୍ଜୀବ ସ୍ବାଇଁ ଏବେ ବି ଫେରାର ରହିଥିବା ଜଣାପଡିଛି। ସେହିପର ଏହି ଘଟଣାରେ ପୂର୍ବରୁ ୩୪ଜଣ ଗିରଫ ହୋଇ ସାରିଛନ୍ତି। ଅଭିଯୁକ୍ତ ବୁବୁଙ୍କ ନାଁରେ ଖଣ୍ଡଗିରି ଥାନାରେ ସର୍ବାଧିକ ୧୦ଟି ଅପରାଧିକ ମାମଲା ରହିଥିବାବେଳେ ନୟାପଲ୍ଲୀ ଥାନାରେ ୫ଟି ଏବଂ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ରାଜନଗର ଥାନାରେ ଗୋଟିଏ ଆପରାଧିକ ମାମଲା ରହିଥିବା ତଦନ୍ତରୁ ଜଣାପଡିଛି। ଅଭିଯୁକ୍ତ ଜଣକ କ୍ରମାଗତ ଭାବେ ବିଭିନ୍ନ ଆପରାଧିକ ମାମଲାରେ ସମ୍ପୃକ୍ତ ରହୁଥିବାରୁ ତାଙ୍କ ବିରୋଧରେ ସିଆର୍‌ପିସି -୧୧୦ ଧାରା ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ପଦକ୍ଷେପ ନିଆଯାଉଛି।
ସୂଚନାନୁଯାୟୀ, ଜାନୁୟାରୀ ୭ ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଛାତ୍ରନେତା ସଞ୍ଜୀବ ସାଙ୍ଗଙ୍କ ସହ ଦେବକୁଣ୍ଡ ଅଭିମୁଖେ ପିକ୍‌ନିକ୍‌ ଯିବାକୁ ବାହାରିଥିଲେ। ଯିବାପୂର୍ବରୁ ମଦ ପିଇବାକୁ ଘଟଣାଦିନ ଏମ୍ବାସି ବାରକୁ ସଞ୍ଜୀବ ଯାଇଥିବାବେଳେ ସେଠାରେ ସିକ୍ୟୁରିଟି ଗାର୍ଡ ଗେଟ ନ ଖୋଲିବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତି ତର୍କ ଆରମ୍ଭ ହୋଇଥିଲା। ଏହାପରେ ସଞ୍ଜୀବ ବରମୁଣ୍ଡା ବସଖଷ୍ଟାଣ୍ଡରେ ଅପେକ୍ଷା କରିଥିବା ତାଙ୍କର ସାଙ୍ଗମାନଙ୍କୁ ଫୋନ କରି ଡ଼ାକିଥିଲେ। ପିକନିକ ପାଇଁ ବାହାରିଥିବା ସମସ୍ତେ ଏକାଠି ହୋଇ ବସ ସହାୟତାରେ ଘଟଣା ସ୍ଥଳରେ ପହଞ୍ଚତ୍ ବାର୍‌ କର୍ମଚାରୀଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ମୁନିଆ ପଥର ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏହାସହ ବାର୍‌ର ସମସ୍ତ ଆସବାବପତ୍ର ସବୁକୁ ବାଡ଼େଇ ଭାଙ୍ଗି ଦେଇଥିଲେ। ଏନେଇ ବାରର ମ୍ୟାନେଜର ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୭ଦିନ ପ୍ରବଳ ଶୀତ

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ):  ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବାବେଳେ...

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri