ବାଇକ୍‌ ଆରୋହୀଙ୍କୁ ୬ କି.ମି. ଘୋଷାରି ନେଲା ଟ୍ରକ୍‌

ସୋନପୁର,୫।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ଅଞ୍ଚଳରେ ଶନିବାର ଛାତି ଥରାଇଲା ଭଳି ଦୁର୍ଘଟଣା ଘଟିଛି। ଅର୍ଜୁନପୁର-ବୁର୍ଡା ରାସ୍ତାର ପଣ୍ଡକିଟାଲ ଛକ ନିକଟରେ ଏହି ଘଟଣା ଘଟିଛି। ଟ୍ରକ୍‌ ଡ୍ରାଇଭରଙ୍କ ବେପରୁଆ ଡ୍ରାଇଭିଂ ପାଇଁ ବୀରମହାରାଜପୁର ଥାନା କେଶଲପୁର ଗାଁର ରାଜକୁମାର ହରିପାଲ(୪୫) ଓ ତାଙ୍କ ଶଳା ନରସିଂହ ଗର୍ଡିଆ(୩୦)ଙ୍କ ମୃତ୍ୟୁ ଘଟିଛି। ଟ୍ରକ୍‌ ରାଜକୁମାରଙ୍କୁ ପ୍ରାୟ ୬ କିଲୋମିଟର ଦୂର ତିଲେଇମାଳ ପର୍ଯ୍ୟନ୍ତ ଘୋଷାରି ନେଇଥିଲା। ଫଳରେ ତାଙ୍କ ଶରୀରର ବିଭିନ୍ନ ଅଂଶ ଛିଣ୍ଡି ଅଲଗା ହୋଇଯାଇଛି। ତିଲେଇମାଲରୁ ପୋଲିସ ତାଙ୍କ ମୃତଦେହ ଉଦ୍ଧାର କରିଛି। ସେହିପରି ଦୁର୍ଘଟଣାରେ ନରସିଂହଙ୍କ ଗୋଡ ଭାଙ୍ଗି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟପକ୍ଷେ ଡ୍ରାଇଭର ଟ୍ରକ୍‌କୁ ଦ୍ରୁତଗତିରେ ପଦ୍ମପୁର ରାସ୍ତାରେ ନେଇ ଯାଇଥିବା ଅନୁମାନ କରାଯାଉଛି। ପୋଲିସ ଏହି ଘଟଣାକୁ ଗୁରୁତର ସହ ନେଇଛି। ଲଛିପୁର ଆଇଆଇସି ଚନ୍ଦ୍ରମୋହନ ସିଂଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଟ୍ରକ୍‌ ଡ୍ରାଇଭରଙ୍କୁ ଧରିବାକୁ ତନାଘନା ଜାରି ରଖିଛି। ରାଣୀସର୍ଡା-ଲୋଇସିଂହା ରାସ୍ତାରେ ଥିବା ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ୍‌କୁ ପୋଲିସ ଯାଞ୍ଚ କରୁଛି। ତେବେ ପୋଲିସକୁ ସଫଳତା ମିଳିନି।
ସୂଚନା ଅନୁଯାୟୀ କେଶଲପୁର ଗାଁର ନରସିଂହ ଓ ରାଜକୁମାର ବାଇକ୍‌ ନଂ ଓଆର୧୫ବି-୧୬୧୩ ଯୋଗେ ଔଷଧ ଆଣିବା ପାଇଁ ରାଣୀସର୍ଡା ଅଭିମୁଖେ ଯାଉଥିଲେ। ତେବେ ପଛରୁ ଆସୁଥିବା ଏକ ଟ୍ରକ୍‌ ନରସିଂହ ଓ ରାଜକୁମାରଙ୍କ ବାଇକ୍‌କୁ ଧକ୍କା ଦେବା ସହିତ ଉଭୟଙ୍କୁ ଘୋଷାରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri