Posted inଫୁରସତ

ପୋବିଟୋରା ବନ୍ୟପ୍ରାଣୀ ଅଭୟାରଣ୍ୟ

ଆସାମର ମୋରିଗାଓଁ ଜିଲା ଅନ୍ତର୍ଗତ ପୋବିଟୋରା ବନ୍ୟପ୍ରାଣୀ ଅଭୟାରଣ୍ୟକୁ କେହି କେହି ପବିଟୋରା ବନ୍ୟପ୍ରାଣୀ ଅଭୟାରଣ୍ୟ ମଧ୍ୟ କହିଥାନ୍ତି। ପ୍ରାୟ ୩୮.୮୫ ବର୍ଗ କି.ମି. ପର୍ଯ୍ୟନ୍ତ ପରିବ୍ୟାପ୍ତ ଉକ୍ତ ଅଭୟାରଣ୍ୟରେ ମୁଖ୍ୟତଃ ଗୋଟିଏ ଶିଙ୍ଗ ଥିବା ଗଣ୍ଡାମାନଙ୍କୁ ଦେଖିବାକୁ ମିଳିଥାଏ। କିନ୍ତୁ ଏହି ୩୮.୮୫ ବର୍ଗ କି.ମି ପରିବ୍ୟାପ୍ତ ଅଞ୍ଚଳର କିଛି ଅଂଶ ଅର୍ଥାତ୍‌ ମାତ୍ର ୧୬ ବର୍ଗ କି.ମି. ପରିଧି ଭିତରେ ହିଁ ଏହି ଗଣ୍ଡାମାନେ ଦେଖାଯାଇଥାନ୍ତି। ତଥ୍ୟ ଅନୁଯାୟୀ, ପୋବିଟୋରାକୁ ୧୯୭୧ ମସିହାରେ ପ୍ରଥମେ ଏକ ସଂରକ୍ଷଣ କ୍ଷେତ୍ର ଭାବେ ଘୋଷଣା କରାଯାଇଥିବାବେଳେ ୧୯୮୭ରେ ଏହାକୁ ଏକ ବନ୍ୟପ୍ରାଣୀ ଅଭୟାରଣ୍ୟର ମାନ୍ୟତା ମିଳିଥିଲା।

କ’ଣ ଦେଖିବେ
ପୋବିଟୋରା ଗୋଟିଏ ଶିଙ୍ଗ ଥିବା ଗଣ୍ଡାମାନଙ୍କ ପାଇଁ ସ୍ବତନ୍ତ୍ର ପରିଚୟ ହାସଲ କରିଥିଲେ ହେଁ, ଏଠାରେ ଅନ୍ୟାନ୍ୟ ଜୀବଜନ୍ତୁଙ୍କୁ ମଧ୍ୟ ଦେଖିହୁଏ। ଯେମିତିକି ଚିତାବାଘ, ଜଙ୍ଗଲୀ ଘୁଷୁରି, ବୋବାଉଥିବା ହରିଣ, ଜଙ୍ଗଲୀ ମଇଁଷୀ, ହାତୀ ଇତ୍ୟାଦି। ତା’ଛଡ଼ା ପ୍ରାୟ ୩୭୫ ପ୍ରଜାତିର ପକ୍ଷୀମାନଙ୍କ ପାଇଁ ଏହା ଏକ ସୁରକ୍ଷିତ ଆବାସସ୍ଥଳୀ କହିଲେ ମଧ୍ୟ ଭୁଲ୍‌ ହେବନାହିଁ। ଏପରି କି ଶୀତଦିନେ ପାଖାପାଖି ଦୁଇ ହଜାରରୁ ଊର୍ଦ୍ଧ୍ୱ ଭ୍ରମଣକାରୀ ପକ୍ଷୀ ମଧ୍ୟ ଏଠାକୁ ଉଡି ଆସିଥାନ୍ତି, ଯାହା ହେଉଛି ଏଠାକାର ଅନ୍ୟତମ ନିଆରା ଆକର୍ଷଣ। ସେହିପରି ଏହି ଅଭୟାରଣ୍ୟ ଭିତରେ ବିଭିନ୍ନ ପ୍ରଜାତିର ସରୀସୃପଙ୍କୁ ଦେଖିବା ପାଇଁ ଏକ ସ୍ବତନ୍ତ୍ର ଗ୍ୟାଲେରି ବି ତିଆରି କରାଯାଇଛି।

କେବେ ଓ କେମିତି ଯିବେ
ଗୁଆହାଟିର ପୂର୍ବ ଦିଗରୁ ପୋବିଟୋରା ଅଭୟାରଣ୍ୟଟି ପ୍ରାୟ ୩୦ କି.ମି. ଦୂରରେ ଅବସ୍ଥିତ। ତେଣୁ ଗୁଆହାଟିରୁ ସଡ଼କପଥରେ ପ୍ରାୟ ୧ ଘଣ୍ଟାର ରାସ୍ତା ଅତିକ୍ରମ କରି ଗଲେ ପଡେ ଏହି ଅଭୟାରଣ୍ୟଟି। ତା’ଛଡ଼ା ବର୍ଷର ଯେ କୌଣସି ସମୟରେ ଏଠାକୁ ଯିବାର ସୁବିଧା ମଧ୍ୟ ରହିଛି। ହେଲେ ସ୍ଥାନୀୟ ପାଣିପାଗ ସୂଚନା କେନ୍ଦ୍ରର ମତାନୁଯାୟୀ, ଅକ୍ଟୋବରରୁ ମେ’ ହେଉଛି ଏଠାକୁ ଯିବା ପାଇଁ ସବୁଠୁ ଭଲ ସମୟ। କାରଣ ଏହାପରେ ବର୍ଷାଦିନ ଆସିଯାଏ। ବର୍ଷାରେ ଗଲେ ଏଠାରେ ପଶୁପକ୍ଷୀଙ୍କୁ ନିକଟରୁ ଦେଖିବାରେ ସମସ୍ୟା ଉପୁଜିଥାଏ।

ହାତୀ ପିଠିରେ ବସି ବୁଲିବେ
ପୋବିଟୋରାରେ ଥିବା ହାତୀମାନଙ୍କ ପିଠିରେ ବସି ଅଭୟାରଣ୍ୟ ଭିତରେ ବୁଲିବାର ମଜା ହିଁ କିଛି ନିଆରା ଥାଏ। ଏଥିପାଇଁ କିଛି ଶୁଳ୍କ ଦେବାକୁ ହୋଇଥାଏ। ତା’ଛଡ଼ା ଅଭୟାରଣ୍ୟ ମଧ୍ୟରେ ଥିବା ବିଭିନ୍ନ ପ୍ରକାରର ବୃକ୍ଷଲତା ବି ଏଠାକାର ପରିବେଶକୁ ବେଶ୍‌ ମନୋରମ କରିଥାଏ। ତେଣୁ ସହରର ଜନଗହଳିପୂର୍ଣ୍ଣ ପରିବେଶରୁ କିଛିକ୍ଷଣ ପାଇଁ ବାହାରି ଆସି ଏଭଳି ଏକ ଶାନ୍ତ ବାତାବରଣରେ ସମୟ କଟାଇବାକୁ ପ୍ରାୟତଃ ପର୍ଯ୍ୟଟକଙ୍କର ଗହଳି ଏଠାରେ ଲାଗିଥାଏ।

ଫଟୋଗ୍ରାଫିର ମଜା ନେବେ
ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ଭରା ଏହି ଅଭୟାରଣ୍ୟଟି ଉଭୟ ପ୍ରକୃତିପ୍ରେମୀ ତଥା ଦୁଃସାହସିକ ପର୍ଯ୍ୟଟନରେ ରୁଚି ରଖୁଥିବା ପର୍ଯ୍ୟଟକଙ୍କୁ ଖୁବ୍‌ ଆକୃଷ୍ଟ କରିଥାଏ। ଅଭୟାରଣ୍ୟରେ ଥିବା ଜାତିଜାତିକା ପଶୁପକ୍ଷୀଙ୍କୁ ଦେଖିବା ସହ ଆଗନ୍ତୁକ ଏଠାରେ ଫଟୋଗ୍ରାଫିର ମଜା ମଧ୍ୟ ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri