Odisha Elections 2024

ବିଧାୟକଙ୍କ ନାମରେ ମାମଲା ରୁଜୁ

କେନ୍ଦୁଝର,୫ା୨(ସ୍ବ.ପ୍ର.): ଆନନ୍ଦପୁର ବିଜେଡି ବିଧାୟକ ଭାଗୀରଥି ସେଠୀଙ୍କ ବିରୋଧରେ ଆନନ୍ଦପୁର ଥାନାରେ ଦଫା ୨୯୪ ଏବଂ ୫୦୬ରେ ଏକ ମାମଲା(ନଂ.୨୪/୨୩) ରୁଜୁ ହୋଇଛି। ଗାଳିଗୁଲଜ ଓ ଧମକଚମକ ଦେଇଥିବା ଅଭିଯୋଗରେ ଆନନ୍ଦପୁର ୩ ନମ୍ବର ଜୋନ ଭାଜପା ଜିଲା ପରିଷଦ ସଭ୍ୟା ଅସୀମା ମିଶ୍ରଙ୍କ ଅଭିଯୋଗକୁ ଭିତ୍ତି କରି ଏହି ମାମଲା ରୁଜୁ ହୋଇଥିବା ଜଣାପଡିଛି।

ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମାମଲା ରୁଜୁ ହୋଇଥିବା ବେଳେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରିଣୀ ଦେବକୀ ନାୟକ କହିଛନ୍ତି। ଘଟଣା ୨୦୨୨ ଅଗଷ୍ଟ ୩୦ ତାରିଖରେ ଘଟିଥିଲା। ଆନନ୍ଦପୁର ପଞ୍ଚାୟତ ସମିତି ବୈଠକରେ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା ଚାଲିଥିବା ବେଳେ ଜିଲା ପରିଷଦ ସଭ୍ୟା କାମର ଅଗ୍ରଗତି ସମ୍ପର୍କରେ ପଚାରିବାରୁ ବିଧାୟକ ତାଙ୍କୁ ଗାଳିଗୁଲଜ କରିବା ସହ ସଭାରୁ ବାହାରି ଯିବାକୁ ଧମକ ଦେଇଥିଲେ। ଏପରିକି କୌଣସି ପ୍ରଶ୍ନ ପଚାରିବାର ଅଧିକାର ତୁମର ନାହିଁ ବୋଲି ଅସୀମା ଅଭିଯୋଗ କରିଛନ୍ତି। ଏପରିକି ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ପ୍ରଥମେ ଆନନ୍ଦପୁର ଥାନା ଓ ପରେ ଏସ୍‌ପି କେନ୍ଦୁଝରଙ୍କୁ ଲିଖିତ ଭାବେ ଜଣାଇବା ପରେ ମଧ୍ୟ ନ୍ୟାୟ ନ ପାଇବାରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବୋଲି ସେ କହିଛନ୍ତି। ଏନେଇ ବିଧାୟକ ସେଠୀ କହିଛନ୍ତି, ସେ କୌଣସି ଗାଳିଗୁଲଜ କିମ୍ବା ଧମକଚମକ ଦେଇନାହାନ୍ତି। ଗୃହ ମଧ୍ୟରେ ବୈଠକ ଚାଲିଥିଲା। ବହୁ ସଭ୍ୟା, ସଭ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଏଣୁ ପୋଲିସ ତଦନ୍ତ କଲେ ପ୍ରକୃତ ଘଟଣା ଜଣାପଡିବ ବୋଲି ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri