ବିଦ୍ୟୁତ୍‌ ତାର ଲାଗି ଶ୍ରମିକଙ୍କ ମୃତ୍ୟୁ, ରାସ୍ତାରୋକୋ

ଚିକିଟି,୨୮ା୭(ଡି.ଏନ.ଏ.) -କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବ୍ରହ୍ମାନଗର ସାହିରେ ଶନିବାର ମଧ୍ୟାହ୍ନରେ ଘରକାମ ଚାଲିଥିବାବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟିପେଣ୍ଠ ବଡସାହିର ସନ୍ତୋଷ ସାହୁ (୪୦)। ସନ୍ତୋଷ ବ୍ରହ୍ମାନଗରରେ ଘରକାମ କରୁଥିବା ସମୟରେ କଟର ମେଶିନରେ ଲୁହାଛଡ କାଟୁଥିଲେ। ତାର କଟିଯାଇ ଚାର୍ଜ ହୋଇଯିବାରୁ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଚିକିଟି ଫାଣ୍ଡି ଅଧିକାରୀ ବିଜୟ କୁମାର ପ୍ରଧାନ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡମେଡିକାଲକୁ ପଠାଇଥିଲେ। ଏନେଇ କେ.ନୂଆଗାଁ ଥାନାରେ ନଂ.୧୧/୨୦୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି। ବ୍ୟବଚ୍ଛେଦ ହୋଇ ସନ୍ଧ୍ୟାରେ ମୃତଦେହ ଗଁାରେ ପହଞ୍ଚତ୍ଥିଲା। କ୍ଷତିପୂରଣ ଦାବିରେ ଚିକିଟିପେଣ୍ଠ ବଜାରରେ ସ୍ଥାନୀୟ ଲୋକେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। କେ.ନୂଆଗଁା ପୋଲିସ ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri