Posted inଜାତୀୟ

ବିପର୍ଯ୍ୟୟ ସମୟରେ ତୁର୍କୀର ଲୋକଙ୍କ ସହିତ ଆମେ ଛିଡ଼ା ହୋଇଛୁ, ସମସ୍ତ ସହାୟତା ଯୋଗାଇ ଦିଆଯିବ,ଅନ୍ତର୍ଜାତୀୟସ୍ତରରେ ସହାୟତା ଆହ୍ବାନ…

ନୂଆଦିଲ୍ଲୀ,୬।୨ : ସୋମବାର ତୁର୍କୀରେ ୭.୮ ତୀବ୍ରତାଯୁକ୍ତ ଏକ ଭୂକମ୍ପ ଘଟିଛି ଯେଉଁଥିରେ ଏପର୍ଯ୍ୟନ୍ତ ୩୬୦ ଜଣଙ୍କର ମୃତ୍ୟୁ ଘଟିଛି। ହଜାର ହଜାର ଲୋକ ଆହତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ତୁର୍କୀରେ ହୋଇଥିବା ଏହି ଭୂକମ୍ପକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ତୁର୍କୀରେ ହୋଇଥିବା ଭୂକମ୍ପ ଯୋଗୁଁ ଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଥିବାରୁ ମୁଁ ଗଭୀର ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହିତ ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛି।
ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ ତୁର୍କୀବାସୀଙ୍କ ସହିତ ଏହି ପ୍ରାକୃତିକ ବିପର୍ଯ୍ୟୟ ମଧ୍ୟରେ ଠିଆ ହୋଇଛି ଏବଂ ଏହି ଦୁର୍ଘଟଣାର ମୁକାବିଲା ପାଇଁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛି। ଏହା ସହିତ ପ୍ରଧାନମନ୍ତ୍ରୀ ଅନ୍ତର୍ଜାତୀୟସ୍ତରର ସହାୟତା ଲାଗି ପୃଥିବୀର ସମସ୍ତ ଦେଶଙ୍କୁ ଆହ୍ବାନ ଦେଇଛନ୍ତି।

ବେଙ୍ଗାଲୁରୁରେ ଅନୁଷ୍ଠିତ ହେଉଥିବା ଭାରତ ଶକ୍ତି ସପ୍ତାହ ୨୦୨୩ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ତୁର୍କୀରେ ହୋଇଥିବା ଭୂକମ୍ପକୁ ନେଇ ଏଭଳି କହିଛନ୍ତି। ଭାରତରେ ୧୪୦କୋଟି ଲୋକଙ୍କ ସହାନୁଭୂତି ସମସ୍ତ ଭୂକମ୍ପ ପ୍ରଭାବିତ ଲୋକଙ୍କ ସହ ରହିଛି।

ସୂଚନାଯୋଗ୍ୟ,ଭୂମିକମ୍ପ ଯୋଗୁଁ ଦକ୍ଷିଣ ପୂର୍ବ ତୁର୍କୀ ସମେତ ସିରିଆରେ ଏକ ବଡ଼ କ୍ଷତି ହୋଇଛି ।
ଏହି ଭୂକମ୍ପର କେନ୍ଦ୍ର ସିରିଆ ସୀମାଠାରୁ ୯୦ କିଲୋମିଟର ଦୂରରେ ଥିବା ତୁର୍କୀ ଗାଡିଏଣ୍ଟେପେରେ ଥିଲା। ଏହି କାରଣରୁ, ସିରିଆର ଅନେକ ସହରରେ ମଧ୍ୟ ଭୂକମ୍ପରେ ପ୍ରବଳ କମ୍ପନ ଅନୁଭୂତ ହୋଇଥିଲା। ତୁର୍କୀରେ ଭୋର ୪ କ୍ଷା ୧୭ରେ ଭୂକମ୍ପ ଅନୁଭୂତ ହୋଇଥିଲା। ଭୃଗର୍ଭର ୧୭.୯ କିଲୋମିଟର ତଳେ ଭୂକମ୍ପର କେନ୍ଦ୍ର ଥିଲା। ଏହି ଭୟଙ୍କର ଭୂକମ୍ପ ଯୋଗୁଁ ଅନେକ ଅଟ୍ଟାଳିକା ଭୁଶୁଡି ପଡିଥିଲା ଏବଂ ଚାରିଆଡେ ଲୋକଙକ୍କ କାନ୍ଦ ବୋବାଳି ପଡ଼ିଥିଲା।

ଭୂକମ୍ପ ସମ୍ପର୍କରେ ସୂଚନା ଦେଇ ତୁର୍କୀ ରାଷ୍ଟ୍ରପତି ରାଜାବ ତାଇୟାବ ଏର୍ଦୋଗନ ଟୁଇଟ କରି କହିଛନ୍ତି ଯେ ପ୍ରଭାବିତ ଅଞ୍ଚଳରେ ଶୀଘ୍ର ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ଭୂକମ୍ପ ସମୟରେ ଲୋକମାନେ ପ୍ରାୟ ୬ ଥର କମ୍ପନ ଅନୁଭବ କରିଥିଲେ। ପ୍ରଭାବିତ ଅଞ୍ଚଳରେ ପ୍ରବେଶ ନ କରିବାକୁ ରାଷ୍ଟ୍ରପତି ଲୋକଙ୍କୁ ଅପିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri