Posted inଖେଳ

ସୌରଜିତ, ସୁବ୍ରତ ଏନ୍‌ସିଏ ଲେଭଲ-ବି କୋଚ୍‌

କଟକ ଅଫିସ,୧୫ା୫- ଓଡ଼ିଶାର ଦୁଇ ପୂର୍ବତନ ଖ୍ୟାତିସମ୍ପନ୍ନ କ୍ରିକେଟର ସୌରଜିତ ମହାପାତ୍ର ଓ ସୁବ୍ରତ କୁମାର ବେହେରା ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର ଲେଭଲ-ବି କୋଚ୍‌ ନିମନ୍ତେ ଯୋଗ୍ୟତା ହାସଲ କରିଛନ୍ତି। ଗତ ନଭେମ୍ବର ୧୨ ଓ ୧୩ ତାରିଖରେ  କୋଲକାତାଠାରେ କୋଚ୍‌ମାନଙ୍କ ନିମନ୍ତେ ଲେଭଲ-ଏ ରିଫ୍ରେସର କୋର୍ସ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏଥିରେ ଉଭୟ ସୌରଜିତ ଓ ସୁବ୍ରତ ୬୦ ପ୍ରତିଶତରୁ ଅଧିକ ମାର୍କ ରଖି ସଫଳପୂର୍ଣ୍ଣ ଭାବେ କୃତକାର୍ଯ୍ୟ ହୋଇଛନ୍ତି। ୫୦ମାର୍କ ବିଶିଷ୍ଟ ପରୀକ୍ଷାରୁ ସୌରଜିତ ୪୧ମାର୍କ ରଖିଥିବା ବେଳେ ସୁବ୍ରତ ୩୭ମାର୍କ ହାସଲ କରିଛନ୍ତି। ଏହି ଦୁଇ କ୍ରିକେଟର ପୂର୍ବରୁ ଓଡ଼ିଶା ଦଳର କୋଚ୍‌ ଭାର ସମ୍ଭାଳିଛନ୍ତି। ପେସବୋଲର ସୌରଜିତ ୨୦୦୩ରୁ ୨୦୧୧ ମସିହା ପର୍ଯ୍ୟନ୍ତ ରାଜ୍ୟ ରଣଜୀ ଦଳ ସମେତ ଜୁନିୟର ବର୍ଗ, ମହିଳା ଦଳ ଏବଂ ଓଡ଼ିଶା କ୍ରିକେଟ ଏକାଡେମୀର ବୋଲିଂ କୋଚ ଥିଲେ । ୧୯୮୭-୮୮ ରଣଜୀ ସିଜନରେ ତ୍ରିପୁରା ବିପକ୍ଷ ମ୍ୟାଚ୍‌ରେ ସୌରଜିତ ଓଡ଼ିଶା ନିମନ୍ତେ ପ୍ରଥମ ହ୍ୟାଟ୍ରିକ ଉଇକେଟ ଦଖଲ କରିବାର ରେକର୍ଡ ରଖିଛନ୍ତି । ରାଜ୍ୟ ରଣ୍‌ଜୀ ଦଳର ପୂର୍ବତନ ଓପନର ତଥା ଡାହାଣହାତୀ ବ୍ୟାଟ୍ସମ୍ୟାନ ସୁବ୍ରତ ୨୦୦୧ରୁ ୨୦୦୫ ପର୍ଯ୍ୟନ୍ତ ରାଜ୍ୟ ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି । ୨୦୧୦ରୁ ୨୦୧୭ ପର୍ଯ୍ୟନ୍ତ ରାଜ୍ୟ ଜୁନିୟର ଦଳର ବ୍ୟାଟିଂ କୋଚ୍‌ ଥିବା ବେଳେ ପରେ ଚୟନକର୍ତ୍ତା ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଉଭୟଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କାର୍ଯ୍ୟକାରୀ କମିଟି ଅଧ୍ୟକ୍ଷ ଧୀରେନ ପଲାଇ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri