ମରଣାନ୍ତକ ଆକ୍ରମଣ ଘଟଣା, ୭ କୋର୍ଟ ଚାଲାଣ

ଗୋପାଳପୁର,୬ା୨(ଡି.ଏନ.ଏ.): ଗୋଳନ୍ଥରା ଥାନା କନିଷି ହାଟ ଅଞ୍ଚଳରେ ଏକ ପରିବାରକୁ ଅଶ୍ଳୀଳ ଗାଳିଗୁଲଜ ସହ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ମାମଲାରେ ପୋଲିସ ସୋମବାର ହଳଦିଆପଦର ଓ ଗୋଷଣୀନୂଆଗାଁ ଅଞ୍ଚଳର ୭ ଯୁବକଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ହଳଦିଆପଦର ଗ୍ରାମର ପ୍ରଦୀପ ବାଡତ୍ୟା, ଚନ୍ଦନ ସେଠୀ ଓରଫ ଜାଟି କାଳିଆ, ଶିଶିର ଦାଶ, କିରଣ ବେହେରା, ଅମୀୟ ରଞ୍ଜନ ପଟ୍ଟନାୟକ ଓରଫ ବୁବୁନ ଏବଂ ଗୋଷଣୀନୁଆଗାଁର ସମୀର କୁମାର ସାହୁ ଓ ସଦାନନ୍ଦ ଦାସ । ଅଭିଯୁକ୍ତମାନଙ୍କ ଠାରୁ ଏକ ପିସ୍ତଲ, ୩ ଖଣ୍ଡା ଓ ଏକ ଲୁହାରଡ଼ ଜବତ ହୋଇଥିବା ପୋଲିସ ସୂଚନା ଦେଇଛି।
ଗତ ଶନିବାର ରାତି ପ୍ରାୟ ୧୦ଟାରେ କନିଷି ହାଟ କେନାଲ ସାହିରେ ଘରେ ପଶି ଅଭିଯୁକ୍ତମାନେ ସୁଜାତା ପାତ୍ର ଏବଂ ତାଙ୍କ ଝିଅକୁ ଅଶ୍ଳୀଳ ଗାଳିଗୁଲଜ କରିବା ସହ ଅସଦାଚରଣ କରିଥିଲେ। ସେଠାରେ ଉପସ୍ଥିତ ଦୁଇ ପୁଅ ସୁମନ ଓ କୋକଙ୍କୁ ଘରୁ ଟାଣିନେଇ ଖଣ୍ଡା ଏବଂ ଲୁହା ରଡ଼ରେ ମରଣାନ୍ତକ ଆକ୍ରମଣ କରିଥିବା ନେଇ ସୁଜାତା ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ ୬୭ /୨୩ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ବ୍ରହ୍ମପୁର ଶକ୍ତି ନଗର ଅଞ୍ଚଳରୁ ଅଭିଯୁକ୍ତମାନଙ୍କୁ କାବୁ କରିବା ସହ ସେମାନଙ୍କ ଠାରୁ ପିସ୍ତଲ ଓ ଖଣ୍ଡା ଜବତ କରିଥିଲା। ଅପରାହ୍ନରେ ୭ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅନ୍ୟପଟେ ଉକ୍ତ ରାତିରେ କନିଷି ଢ଼ାବା ପଛପଟେ ପ୍ରଦୀପ ଦଳବେହେରା ଓରଫ କଟିଙ୍ଗ ଦିପୁଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିବା ନେଇ ପ୍ରଦୀପଙ୍କ ମା’ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ନଂ୬୬/୨୨ରେ ଏକ ମାମଲା ରୁଜୁ କରିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri