Posted inଜାତୀୟ

ସମ୍ବିଧାନର ସୁରକ୍ଷା ପାଇଁ ଶେଷନିଶ୍ୱାସ ପର୍ଯ୍ୟନ୍ତ ଲଢିବି: ମମତା

କୋଲକାତା,୭।୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସମ୍ମାନଜନକ ଡକ୍ଟରେଟ ପ୍ରଦାନ କରାଯାଇଛି। ସେଣ୍ଟ ଜାଭିୟର ବିଶ୍ୱବିଦ୍ୟାଳୟର ଚତୁର୍ଥ ବାର୍ଷିକୀ ସମାରୋହରେ ତାଙ୍କୁ ଏହି ଉପାଧି ଦିଆଯାଇଛି। ସମ୍ବିଧାନର ସୁରକ୍ଷା ପାଇଁ ସେ ଶେଷନିଶ୍ୱାସ ପର୍ଯ୍ୟନ୍ତ ସଂଗ୍ରାମ ଜାରି ରଖିବେ। ଦେଶର ଏକତା ରକ୍ଷା ପାଇଁ ସମସ୍ତେ କାର୍ଯ୍ୟ କରିବା ଉଚିତ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି, ଆମର ସମ୍ବିଧାନ ଏକ ଧର୍ମନିରପେକ୍ଷ ଗଣତାନ୍ତ୍ରିକ ଦେଶ ଭାବରେ ଭାରତର ମୂଳଦୁଆ ପକାଇଥାଏ। ମୁଁ ଏହାର ସୁରକ୍ଷା ପାଇଁ ମୋର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ଲଢିବି। ଆମକୁ ଦାରିଦ୍ର୍ୟର ମୁକାବିଲା କରିବାକୁ ହେବ, ଅନ୍ୟାୟ ଏବଂ ଅସମାନତା ସହ ଲଢିବାକୁ ହେବ।
ସେଣ୍ଟ ଜାଭିୟର ବିଶ୍ୱବିଦ୍ୟାଳୟର କୁଳପତି ଫାଦର ଫେଲିକ୍ସ ରାଜ କହିଛନ୍ତି, ସାମାଜିକ ସେବା ତଥା ଶିକ୍ଷା ବିସ୍ତାର କ୍ଷେତ୍ରରେ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ବାନାର୍ଜୀଙ୍କୁ ସମ୍ମାନିତ କରାଯାଇଛି। ବିଶ୍ୱବିଦ୍ୟାଳୟର ନ୍ୟୁଟାଉନ କ୍ୟାମ୍ପସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଉପସ୍ଥିତିରେ ଡକ୍ଟର ଅଫ ଲେଟର୍ସ ପୁରସ୍କାର ମମତାଙ୍କୁ ପ୍ରଦାନ କରାଯାଇଥିଲା। ଏହାକୁ ଗ୍ରହଣ କରି ମମତା କହିଛନ୍ତି, ସେ ଏହାକୁ ରାଜ୍ୟ ତଥା ଦେଶର ଲୋକଙ୍କ ପାଇଁ ଉତ୍ସର୍ଗ କରୁଛନ୍ତି, ଯାହା ବିନା ସେ କିଛି ନୁହଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri