Posted inଜାତୀୟ

ଆଦାନୀ ପ୍ରସଙ୍ଗରେ ପାର୍ଲାମେଣ୍ଟ ଅଚଳ

ନୂଆଦିଲ୍ଲୀ,୬।୨: ଆଦାନୀ ଗ୍ରୁପ୍‌ ବିରୋଧରେ ଜାଲିଆତି ଅଭିଯୋଗ ଏବଂ ଏହାର ଜେପିସି ତଦନ୍ତ ଦାବିରେ ବିରୋଧୀ ଦଳଗୁଡ଼ିକ ଅଡ଼ି ବସିବାରୁ ସୋମବାର ପାର୍ଲାମେଣ୍ଟର ଉଭୟ ଗୃହରେ ଅଚଳାବସ୍ଥା ଲାଗି ରହିଥିଲା। ଦ୍ୱିତୀୟ ସପ୍ତାହ ଆରମ୍ଭରେ ପାର୍ଲାମେଣ୍ଟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ବିତର୍କ ଆରମ୍ଭ କରିବାକୁ ସରକାର ଆଶାବାଦୀ ଥିବାବେଳେ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିବାରୁ ଗୃହକାର୍ଯ୍ୟ ଚାଲିପାରି ନ ଥିଲା। ଗତ ୧ ତାରିଖରେ ବଜେଟ ଉପସ୍ଥାପନ ପରେ ଆଦାନୀ ପ୍ରସଙ୍ଗରେ ବିରୋଧୀଙ୍କ ପ୍ରତିବାଦ ଯୋଗୁ ଲୋକ ସଭା ଓ ରାଜ୍ୟ ସଭାରେ କ୍ୱଚିତ୍‌ କାର୍ଯ୍ୟ ହୋଇଛି। ଘରୋଇ ସଂସ୍ଥା ବ୍ୟାପାର ଉପରେ ଗୃହରେ ଆଲୋଚନା ହୋଇପାରିବ ନାହିଁ ବୋଲି ଶାସକ ଭାଜପା ସଦସ୍ୟମାନେ କହିବା ସହ ବିରୋଧୀ ଦଳଗୁଡ଼ିକ ରାଷ୍ଟ୍ରପତିଙ୍କ ଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେବାକୁ କହିଥିଲେ। ସୋମବାର ପୂର୍ବାହ୍ନରେ ଲୋକ ସଭା ଆରମ୍ଭ ହେବା କ୍ଷଣି କଂଗ୍ରେସ ସମେତ ବିରୋଧୀ ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଯାଇ ହଟ୍ଟଗୋଳ କରିବା ସହ ‘ଆଦାନୀ ସରକାର ଲଜ୍ଜା, ଲଜ୍ଜା ସ୍ଲୋଗାନ ଦେଇଥିଲେ। ଆମେରିକାର ଶର୍ଟ-ସେଲିଂ କମ୍ପାନୀ ଆଦାନୀ ଗ୍ରୁପ୍‌ ବିରୋଧରେ ଜାଲିଆତି ଏବଂ ଷ୍ଟକ୍‌ ହେରଫେର ଅଭିଯୋଗ ଆଣିଥିବାରୁ ଏହାର ତଦନ୍ତ ଯୁଗ୍ମ ସଂସଦୀୟ କମିଟି ଦ୍ୱାରା କରାଇବାକୁ ବିରୋଧୀ ଦାବି କରିଥିଲେ। ବାଚସ୍ପତି ଓମ୍‌ ବିର୍ଲା ସେମାନଙ୍କୁ ନିଜ ନିଜ ଆସନକୁ ଫେରିଯିବା ଲାଗି ଅନୁରୋଧ କରିବା ସହ ତାଙ୍କ ଚାମ୍ବରରେ ଏ ସମ୍ପର୍କରେ ଆଲୋଚନା କରିବାକୁ ଡାକିଥିଲେ। ତେବେ ବିରୋଧୀମାନେ ତାଙ୍କ ଅନୁରୋଧକୁ ଅଗ୍ରାହ୍ୟ କରି ହଟ୍ଟଗୋଳ ଜାରି ରଖିବାରୁ ବାଚସ୍ପତି ପ୍ରଥମେ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏବଂ ପରେ ଦିନକ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ।
ରାଜ୍ୟ ସଭାରେ ମଧ୍ୟ ଆଦାନୀ ପ୍ରସଙ୍ଗକୁ ନେଇ ଅନୁରୂପ ସ୍ଥିତି ସୃଷ୍ଟି ହୋଇଥିଲା। ଏହି ପ୍ରସଙ୍ଗରେ ଆଲୋଚନା ପାଇଁ ଗୃହ ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌କର ଅନୁମତି ନ ଦେବାରୁ ବିରୋଧୀମାନେ ହଟ୍ଟଗୋଳ କରିଥିଲେ। ଫଳରେ ଗୃହକୁ ଦିନକ ପାଇଁ ମୁଲତବୀ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri