ବଂଶୀଧର ପ୍ରତିହାରୀ ପାଇଲେ ‘ଧର୍ମପଦ ପୁରସ୍କାର’

ଭୁବନେଶ୍ୱର,୭।୨(ବ୍ୟୁରୋ):ଲଳିତ କଳା ଏକାଡେମୀ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୨୨ ମସିହା ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ଓ ‘ଶିଳ୍ପୀ ସମ୍ବର୍ଦ୍ଧନା’ ସହିତ ୪୦ତମ ରାଜ୍ୟସ୍ତରୀୟ ‘ଚାରୁକଳା ପୁରସ୍କାର’ ପ୍ରଦାନ କରାଯାଇଛି। ସୋମବାର ସଂସ୍କୃତି ଭବନରେ ଆୟୋଜିତ ଉତ୍ସବରେ ୯୪ ବର୍ଷୀୟ ବିଶିଷ୍ଟ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀଙ୍କୁ ‘ଧର୍ମପଦ ପୁରସ୍କାର’ ଦିଆଯାଇଥିବାବେଳେ ପୁରସ୍କାର ବାବଦକୁ ୫ଲକ୍ଷ ଟଙ୍କାର ଅର୍ଥରାଶି ମିଳିଛି। ପୁରସ୍କାର ଗ୍ରହଣ କରିବାବେଳେ ବଂଶୀଧର ଖୁସିବ୍ୟକ୍ତ କରିବା ସହ ବଞ୍ଚତ୍ଥିବା ପର୍ଯ୍ୟନ୍ତ ପିଲାମାନଙ୍କୁ ଚିତ୍ର ଶିଖାଇବାକୁ ଚେଷ୍ଟା ଜାରି ରଖିବି ବୋଲି କହିଛନ୍ତି। ସେହିପରି ୭ ଶିଳ୍ପୀଙ୍କୁ ‘ଚାରୁକଳା ପୁରସ୍କାର’ ପ୍ରଦାନ କରାଯାଇଛି। ଭାସ୍କର୍ଯ୍ୟ କଳାରେ ଶିଳ୍ପୀ ପ୍ରତାପ ଚନ୍ଦ୍ର ଜେନା ଓ ଅଶାନ୍ତ ଦାସ, ମୁଦ୍ରଣ କଳାରେ ଶିଳ୍ପୀ ରବି ନାରାୟଣ ଗୁପ୍ତା ଓ ଶିଳ୍ପୀ ଟୁକୁନା ଡାକୁଆ, ପାରମ୍ପରିକ ଚିତ୍ରକଳାରେ ଶିଳ୍ପୀ ନିରଞ୍ଜନ ମୁଖି, ଚିତ୍ରକଳାରେ ଶିଳ୍ପୀ ଶୀତିକାନ୍ତ ସାମନ୍ତସିଂହାର ଓ ଶିଳ୍ପୀ ଅମିତ କୁମାର ଓଝାଙ୍କୁ ଉତ୍ତରୀୟ ଓ ମାନପତ୍ର ସହ ୨ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ଦିଆଯାଇଛି। ଏଥିସହିତ ୫ଜଣଙ୍କୁ ‘ଶିଳ୍ପୀ ସମ୍ବର୍ଦ୍ଧନା’ ପ୍ରଦାନ କରାଯାଇଛି। ବିଶିଷ୍ଟ ଭାସ୍କର୍ଯ୍ୟ ଓ ଚିତ୍ରଶିଳ୍ପୀ ବ୍ରଜବନ୍ଧୁ ମିଶ୍ର, ତାଳପତ୍ର ଚିତ୍ରଶିଳ୍ପୀ ଲକ୍ଷ୍ମୀଧର ସୁବୁଦ୍ଧି, ପାରମ୍ପରିକ ପଟ୍ଟଚିତ୍ର ଶିଳ୍ପୀ ଭ୍ରମରବର ନାୟକ, ଚିତ୍ରଶିଳ୍ପୀ ରମେଶ କୁମାର ବେହେରା ଓ ବିଶିଷ୍ଟ ପ୍ରସ୍ତର ଶିଳ୍ପୀ କେଶବ ଚନ୍ଦ୍ର ମହାରଣାଙ୍କୁ ୧ଲକ୍ଷ ଟଙ୍କାର ଅର୍ଥରାଶି ସହ ସମ୍ବର୍ଦ୍ଧିତ କରାଯାଇଛି।
ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଶିଳ୍ପୀମାନଙ୍କୁ ଏହି ପୁରସ୍କାର ପ୍ରଦାନ କରିଥିଲେ। ଏହି ଅବସରରେ ମନ୍ତ୍ରୀ କହିଲେ, ଶିଳ୍ପୀମାନେ ଚିର ନମସ୍ୟ, ପ୍ରଣମ୍ୟ। ସେମାନଙ୍କ ସାଧନା ଓ ସମର୍ପଣ ଭାବ କଳାକ୍ଷେତ୍ରକୁ ପ୍ରସ୍ଫୁଟିତ କରିଛି। ଉତ୍କର୍ଷ କଳା ଯୋଗୁ ଆମ ରାଜ୍ୟ ଉତ୍କଳ ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲା। ବିଶ୍ୱ ପ୍ରସିଦ୍ଧ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର, କୋଣାର୍କ ସୂର୍ଯ୍ୟ ମନ୍ଦିର ଏହାର ସାକ୍ଷୀ ବୋଲି ମନ୍ତ୍ରୀ କହିଥିଲେ। ସମ୍ମାନିତ ଅତିଥି ଭାବେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଆଗାମୀ ପିଢ଼ିର କଳାକାରଙ୍କ ପାଇଁ ସମ୍ବର୍ଦ୍ଧିତ ଶିଳ୍ପୀମାନେ ମାର୍ଗଦର୍ଶକ ବୋଲି ମତବ୍ୟକ୍ତ କରିଥିଲେ। ବିଭାଗୀୟ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଓ ଲଳିତ କଳା ଏକାଡେମୀ ସଭାପତି ସୁଦର୍ଶନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏକାଡେମୀ ସଚିବ ପଞ୍ଚାନନ ସାମଲ ସ୍ବାଗତ ଭାଷଣ ଓ ପ୍ରାରମ୍ଭିକ ସୂଚନା ଦେଇଥିଲେ। ବିଭାଗର ଅତିରିକ୍ତ ଶାସନ ସଚିବ ମନସ୍ବିିନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଉପସ୍ଥାପକ ଡ. ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

Featured Video Play Icon

ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…

ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା...

ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?

ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା...

Featured Video Play Icon

‘ଫୋନ୍‌ରେ ଧମକ ଦେଉଛନ୍ତି ପ୍ରଶାନ୍ତ ଜଗଦ୍ଦେବ’

ଭୁବନେଶ୍ୱର,୮।୫: ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି। ବୁଧବାର ବିଜେଡିର ଏକ...

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri