ସମ୍ପ୍ରସାରଣ ପାଇଁ ହଟିବ ଜବରଦଖଲ

ଢେଙ୍କାନାଳ ଅଫିସ,୭ା୨: ଢେଙ୍କାନାଳ ସହର ମଧ୍ୟଦେଇ ଯାଇଥିବା ପୂର୍ତ୍ତ ବିଭାଗର ପ୍ରମୁଖ ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଢେଙ୍କାନାଳ କଲେଜ ବାଇପାସ ଠାରୁ ସହର ମଧ୍ୟଦେଇ ବସ୍‌ଷ୍ଟାଣ୍ଡ, ଜିଲା କାର୍ଯ୍ୟାଳୟ ଏବଂ କୈବଲ୍ୟ ବଜାର ରଥଗଡାଠାରୁ ସହର ମଧ୍ୟଦେଇ ବାଜିଚୌକ ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ ହେବ। ଏଥିପାଇଁ ଜବର ଦଖଲକୁ ହଟାଯିବ ବୋଲି ନିଷ୍ପତ୍ତି ହୋଇଛି। ଏଥିନିମନ୍ତେ ଏକ କମିଟି ମଧ୍ୟ ଗଠନ କରାଯାଇଛି। କମିଟି ପକ୍ଷରୁ ଏହାକୁ ନିୟମିତ ଭାବେ ସମୀକ୍ଷା କରାଯିବ। ସୋମବାର ସନ୍ଧ୍ୟାରେ ଜିଲାପାଳ ସରୋଜ କୁମାର ସେଠୀ, ଏସ୍‌ପି ଜ୍ଞାନ ରଞ୍ଜନ ମହାପାତ୍ର, ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ଉପାଧ୍ୟକ୍ଷ ପ୍ରକାଶ କୁଅଁର, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ତହସିଲଦାର ସୁଧାଂଶୁ ଶେଖର ସାହୁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ, ୬ନଂ. ୱାର୍ଡ କାଉନସିଲର ସନ୍ଦିପ ଷଡଙ୍ଗୀ, ଗଣେଶ ବଜାର ପୂଜା କମିଟି ସମ୍ପାଦକ ବିଶ୍ୱନାଥ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହିତ ରାସ୍ତା ଉପରେ ରହିଥିବା ବିଦ୍ୟୁତ୍‌ ଖୁଣ୍ଟଗୁଡିକ ସ୍ଥାନାନ୍ତର କରାଯିବ। ବସ୍‌ଷ୍ଟାଣ୍ଡ ଟ୍ରାଫିକ ଛକଠାରେ ଥିବା ମିନି ବିଦ୍ୟୁତ୍‌ ସବ୍‌ଷ୍ଟେଶନକୁ ମଧ୍ୟ ଅନ୍ୟତ୍ର ହଟାଯିବ। ଏ ସଂକ୍ରାନ୍ତରେ ଜିଲାପାଳ କହିଛନ୍ତି, ସହରର ପ୍ରମୁଖ ରାସ୍ତାକୁ ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଗମନା ଗମନର ସୁବିଧା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଏହି କାର୍ଯ୍ୟ କରାଯାଉଛି। ଯେଉଁଠି ଜବରଦଖଲ ହୋଇଥିବ ତାହାକୁ ଉଚ୍ଛେଦ କରାଯିବ। ବିଭିନ୍ନ ସ୍ଥାନରେ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତି ରଖାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri