ସୁସ୍ଥ ହୋଇ ଫେରିଲେ ଗୁଳିରେ ଆହତ ଜୀବନ

ସମ୍ବଲପୁର,୮ା୨(ବ୍ୟୁରୋ): ଝାରସୁଗୁଡ଼ା ଜିଲା ଗାନ୍ଧୀ ଛକରେ ଗତ ୨୯ ତାରିଖରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ସମୟରେ ସ୍ଥାନୀୟ ବ୍ରଜରାଜନଗରର ଜୀବନ ନାଏକଙ୍କ ବେକରେ ଏକ ଗୁଳିି ବାଜିଥିଲା। ଘଟଣାର ୯ଦିନ ପରେ ବୁର୍ଲା ଭିମ୍‌ସାରରେ ଚିକିତ୍ସିତ ହେଉଥିବା ଜୀବନ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଫେରିବା ସମୟରେ ସେ ପ୍ରଥମେ ମା’ ସମଲେଇଙ୍କଠାରେ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ଜୀବନ କହିଥିଲେ, ସ୍ବାସ୍ଥ୍ୟମନ୍ତ୍ରୀ ଦାସ (ଦାଦା)ଙ୍କ ଗାଡି ଆସିବାକୁ ଅପେକ୍ଷା କରିଥିଲୁ। ଅଭିଯୁକ୍ତ ଗୋପାଳ ଦାସ ମଧ୍ୟ ସେଠାରେ ଥିଲେ। ଟ୍ରାଫିକ ସମସ୍ୟା ସୁଧାରିବାକୁ ଗୋପାଳଙ୍କୁ କହିଥିଲି। ସେ ଅନ୍ୟ କର୍ମଚାରୀ ଅଛନ୍ତି, ସମସ୍ୟା ଦୂର ହୋଇଯିବ ବୋଲି କହିଥିଲେ। ଏହା ପରେ ମନ୍ତ୍ରୀଙ୍କ କାର୍‌ ଆସିଥିଲା। ମନ୍ତ୍ରୀ ଓହ୍ଲାଇବା କ୍ଷଣି ତାଙ୍କ ପାଦ ଛୁଇଁ ମୁଣ୍ଡିଆ ମାରିଥିଲି। ଏହି ସମୟରେ କାନପାଖରେ ବୋମ ଫୁଟିବା ଭଳି ଶବ୍ଦ ହୋଇଥିଲା। ମୁଁ ଦୁଇପାଦ ପଛକୁ ଚାଲିଯାଇଥିଲି। ସେତେବେଳକୁ କାର୍‌ରୁ ବାହାରୁଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ହୋଇ ସାରିଥିଲା ଓ ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ବେହୋସ ହୋଇ ପଡିଥିଲେ। ମୋ ବେକ ପଛପଟେ ଗୁଳି ବାଜି ଅନ୍ୟ ପଟକୁ ବାହାରି ଯାଇଥିଲା। ଝାରସୁଗୁଡାରେ ପ୍ରାଥମିକ ଚିକିତ୍ସା ପରେ ମୋତେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସୂଚନାଥାଉ କି, ଜୀବନ ନାଏକଙ୍କ ପ୍ରକୃତ ଘର ଗଜପତି ଜିଲାର ପାରଳାଖେମୁଣ୍ଡି ଅଞ୍ଚଳରେ। ସେ ବ୍ରଜରାଜନଗର ଅଞ୍ଚଳରେ ରହି ଏକ ସୁରକ୍ଷା ସଂସ୍ଥାରେ କାର୍ଯ୍ୟ କରୁଛନ୍ତି। ପ୍ରାୟ ୮ ମାସ ପୂର୍ବରୁ ସେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସଂସ୍ପର୍ଶରେ ଆସିଥିଲେ। ମନ୍ତ୍ରୀଙ୍କୁ ଭେଟି ଦୁଃଖ କହିବା ପରେ ସେ ଚାକିରି କରାଇ ଦେଇଥିଲେ ବୋଲି ଜୀବନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri