ବିବାହ ବନ୍ଧନରେ କିଆରା -ସିଦ୍ଧାର୍ଥ

ଜୟପୁର: ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରା ମଙ୍ଗଳବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରାଜସ୍ଥାନସ୍ଥିତ ଜୈସାଲମିରର ସୂର୍ଯ୍ୟଘାଟ ରିସୋର୍ଟରେ ଏହି ଭିଆଇପି ଓ୍ବେଡିଂ ଅନୁଷ୍ଠିତ ହୋଇଥିଲା। ବହୁ ବଲିଉଡ୍‌ ସେଲିବ୍ରିଟି ଏହି ବିବାହରେ ଯୋଗ ଦେଇଥିଲେ। ମଙ୍ଗଳବାର ପାରମ୍ପରିକ ରୀତିନୀତିରେ ଦୁଇ ଷ୍ଟାରଙ୍କ ବିବାହ ସମ୍ପନ୍ନ ହୋଇଥିଲା। ସିଦ୍ଧାର୍ଥ ବର ବେଶରେ ଘୋଡ଼ାରେ ବସି ବରଯାତ୍ରୀ ନେଇ ବାହା ହେବାକୁ ମଣ୍ଡପରେ ପହଞ୍ଚିଥିଲେ। କିଆରା ଗୋଲାପି ଓ ଗୋଲ୍ଡେନ୍‌ ରଙ୍ଗର ଲେହେଙ୍ଗା ପିନ୍ଧିଥିବାବେଳେ ସିଦ୍ଧାର୍ଥ କ୍ରିମ୍‌ କଲର୍‌ ଶେର୍‌ଓ୍ବାନି ପରିଧାନ କରିଥିଲେ। ମଙ୍ଗଳବାର ରାତିରେ ସିଦ୍ଧର୍ଥ ମାଲହୋତ୍ରା ଇନ୍‌ଷ୍ଟାଗ୍ରାମରେ ବିବାହ ଆଲବମ୍‌ର ଫଟୋ ଅପ୍‌ଲେଡ୍‌ କରିଛନ୍ତି। ସିଦ୍ଧାର୍ଥ ୩ଟି ଫଟୋ ଶେୟାର କରିଥିବାବେଳେ ଦର୍ଶକଙ୍କ ଆଶୀର୍ବାଦ କାମନା କରିଛନ୍ତି। ସୋସିଆଲ ମିଡିଆ ୟୁଜର୍ସ ସିଦ୍ଧାର୍ଥଙ୍କ ଫଟୋରେ ଶୁଭେଚ୍ଛା ଜଣାଇଛନ୍ତି। ୨୦୨୧ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଶେରଶାହ’ରେ କିଆରା ଓ ସିଦ୍ଧାର୍ଥ ପ୍ରଥମଥର ପାଇଁ ଏକାଠି ନଜରକୁ ଆସିଥିଲେ। ଫିଲ୍ମଟି ସୁପରହିଟ୍‌ ହେବା ସହ ସେମାନଙ୍କ ଯୋଡ଼ି ଦର୍ଶକଙ୍କୁ ଖୁବ୍‌ ପସନ୍ଦ ଆସିଥିଲା। ଏହାପରଠାରୁ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିବା ନେଇ ମିଡିଆରେ ଚର୍ଚ୍ଚା ହୋଇଥିଲା। କିନ୍ତୁ ଦୁହେଁ କେବେ ସମ୍ପର୍କକୁ ଖୋଲାଖୋଲି ଭାବେ ସ୍ବୀକାର କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

ଟିଭି ଇଣ୍ଡଷ୍ଟ୍ରିରେ ନିୟାଙ୍କ ୧୪ ବର୍ଷ

ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିରେ ନିଖୁଣ ଅଭିନୟ କରି ଲଗାତର ଭାବେ ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ନିୟା ଶର୍ମା ଅନ୍ୟତମ। ବହୁ ସଂଘର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri