ଶାହବାଜଙ୍କ ତୁର୍କୀ ଗସ୍ତ ବାତିଲ, ମନାକଲେ ତୁର୍କୀ ସରକାର…

ଇସଲାମାବାଦ,୮।୨ : ଭୟଙ୍କର ଭୂକମ୍ପ ଯୋଗୁଁ ଘଟିଥିବା ବିନାଶର ମୁକାବିଲା କରୁଥିବାରୁ ତୁର୍କୀ ସରକାର ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ ତୁର୍କୀ ଗସ୍ତକୁ ବାତିଲ କରିଦେଇଛନ୍ତି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ବୁଧବାର ତୁର୍କୀ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ତୁର୍କୀ ସରକାର ଭୂକମ୍ପ ଉଦ୍ଧାର କାର୍ଯ୍ୟରେ ବ୍ୟସ୍ତ ଥିବା ଦର୍ଶାଇ ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ବାତିଲ କରିଛନ୍ତି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ମଧ୍ୟ ଏହା ନିଶ୍ଚିତ କରିଛନ୍ତି।

ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏବଂ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ ତୁର୍କୀ ସହ ସହାନୁଭୂତି ଦେଖାଇବାକୁ ଯାଉଥିଲେ। ପାକିସ୍ତାନର ସୂଚନା ମନ୍ତ୍ରୀ ମରିୟମ ଔରଙ୍ଗଜେବ କହିଥିଲେ ଯେ ପ୍ରଧାନମନ୍ତ୍ରୀ ବୁଧବାର ତୁର୍କୀ ଗସ୍ତ କରିବେ। ଏହି କାରଣରୁ ଗୁରୁବାର ପାକିସ୍ତାନରେ ଆୟୋଜିତ ହେବାକୁ ଥିବା ସମସ୍ତ ଦଳର ସର୍ବଦଳୀୟ ବୈଠକ ମଧ୍ୟ ବାତିଲ କରାଯାଇଥିଲା। ସମସ୍ତ ପକ୍ଷଙ୍କ ସହ ଆଲୋଚନା ପରେ ବୈ ଠକର ନୂତନ ତାରିଖ ଘୋଷଣା କରାଯିବ ବୋଲି କୁହାଯାଇଥିଲା।

ତେବେ, ଯେଉଁ ସମୟରେ ପାକିସ୍ତାନ ଏକ ଗୁରୁତର ଅଥନୈତିକ ସଙ୍କଟ ଦେଇ ଗତି କରୁଛି, ସେତେବେଳେ ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଗସ୍ତକୁ ନେଇ ସମାଲୋଚନା କରାଯାଇଥିଲା। ପାକିସ୍ତାନ ସେନାର ମିଡିଆ ୱିଙ୍ଗ କହିଥିଲା ଯେ ପାକିସ୍ତାନ ସରକାର ତୁର୍କୀକୁ ଚିକିତ୍ସା ସାମଗ୍ରୀ, ମେଡିକାଲ ସ୍କ୍ବାଡ, ସର୍ଚ୍ଚ ଏବଂ ଉଦ୍ଧାରକାରୀ ଦଳ ପଠାଇଛନ୍ତି। ଏହା ବ୍ୟତୀତ ତୁର୍କୀକୁ ଏକ ଯାତ୍ରୀବାହୀ ବିମାନ ମଧ୍ୟ ପଠାଯାଇଛି ଯାହାଫଳରେ ଭୂକମ୍ପରେ ପୀଡିତଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବା...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ…

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri