ବନ ବିଭାଗ ହେପାଜତରେ ମୃତ୍ୟୁ ଘଟଣା: ରେଞ୍ଜର ସମେତ ୬ ବନ କର୍ମଚାରୀ କୋର୍ଟ ଚାଲାଣ

କଟକ ଅଫିସ, ୮।୨: ବନ ବିଭାଗ ହେପାଜତରେ ସାତଗୋଛିଆ ଗାଁ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ମାମଲାରେ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସମେତ ୬ ବନ କର୍ମଚାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅନ୍ୟ କର୍ମଚାରୀମାନେ ହେଲେ ଫରେଷ୍ଟର ମନୋଜ ଦାସ, ଦୀପକ ସେଠୀ, ଫରେଷ୍ଟ ଗାର୍ଡ ସୁନାୟକ ମାଝୀ, କୁନା ବେହେରା ଏବଂ ପ୍ରଭାତ ପ୍ରଧାନ। ମାମଲାରେ ୨ ବୋଲେରୋ ସହ ମାଡ଼ ମାରିବାରେ ବ୍ୟବହୃତ ୪ ଠେଙ୍ଗା ଜବତ କରାଯାଇଥିବା ନେଇ ବୁଧବାର ଆଠଗଡ଼ ଏସ୍‌ଡିପିଓ ବିଜୟ କୁମାର ବିଶି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ବଡ଼ମ୍ବା ରେଞ୍ଜ ମାଣିଆବନ୍ଧ ବିଟ ହିନ୍ଦୋଳ ବଡ଼ର ହିପିଣ୍ଡା ସଂରକ୍ଷିତ ଜଙ୍ଗଲରୁ ଏକ ଦନ୍ତାହାତୀର ମୃତଦେହ ମିଳିବା ପରେ ଧନେଶ୍ୱରଙ୍କୁ ରବିବାର ବଡ଼ମ୍ବା ରେଞ୍ଜର ବନ କର୍ମଚାରୀମାନେ ତାଙ୍କୁ ଘରୁ ଉଠାଇ ନେଇଥିଲେ। ତାଙ୍କୁ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ହେପାଜତରେ ରଖି ପଚରାଉଚରା କରାଯାଉଥିବା ବେଳେ ସୋମବାର ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଗ୍ରାମବାସୀ ୬୫ ନଂ ଜାତୀୟ ରାଜପଥ ବଡ଼ବାରସିଂହ ନିକଟରେ ଅବରୋଧ କରିଥିଲେ। ଏପରିକି ପ୍ରବଳ ମାଡ଼ ମାରିବାରୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ବଡ଼ମ୍ବା ଥାନାରେ ଅଭିଯୋଗ ହୋଇଥିଲା। ଘଟଣାରେ ଦୁଇଦିନ ଧରି ପୋଲିସ ୧୪ ବନ ବିଭାଗ ଅଧିକାରୀଙ୍କୁ ଆଠଗଡ଼ ଥାନାରେ ରଖି ପଚରାଉଚରା ଜାରି ରଖିଥିଲା। ଏହି ଘଟଣାରେ ପ୍ରାଥମିକ ପର୍ଯ୍ୟାୟରେ ଉକ୍ତ ୬ଜଣଙ୍କୁ ଗିରଫ କରାଯାଇଥିବା ଆଠଗଡ଼ ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri