ନିର୍ମାଣର ୩ ମାସ ପୂରିନି ରାସ୍ତା ଫାଟି ଆଁ

ନୂଆଗାଁ,୯।୨ (ଡି.ଏନ.ଏ.): ଜନସାଧାରଣଙ୍କ ଗମନାଗମନର ସୁବିଧା ପାଇଁ ରାସ୍ତା ନିର୍ମାଣ ଉପରେ ସରକାର ଗୁରୁତ୍ୱାରୋପ କରିଛନ୍ତି । ଏଥିପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଉଛି । ହେଲେ କେତେଜଣ ଅସାଧୁ କର୍ମଚାରୀ, ଅଧିକାରୀ ଓ ଠିକାଦାରଙ୍କ ମନମୁଖୀ କାମ ଯୋଗୁ ଲୋକେ ଭଲ ରାସ୍ତାରେ ଯାତାୟତ କରିପାରୁ ନାହାନ୍ତି । ନିମ୍ନମାନର କାମ ବହୁ ପ୍ରତୀକ୍ଷିତ ରାସ୍ତା ନିର୍ମାଣର ଅଳ୍ପ କିଛି ଦିନ ପରେ ଭାଙ୍ଗି ଯାଉଛି। ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଏପରି ରାସ୍ତା ନିର୍ମାଣ ସ୍ଥାନୀୟ ଲୋକଙ୍କ ପାଇଁ ଚିନ୍ତାର କାରଣ ହୋଇଛି ।

ସୂଚନା ଅନୁଯାୟୀ, ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତ ଢିପିସାହି, ଢିପାମାଳ, ଚକାପଥର , ଗୋଛାବାରୀ, ନୂଆସାହି ଆଦି ଗ୍ରାମକୁ ପକ୍କା ରାସ୍ତା ନ ଥିବାରୁ ଲୋକମାନଙ୍କ ଯାତାୟତରେ ବହୁ ଅସୁବିଧା ହେଉଛି । ବର୍ଷା ଦିନେ ପଞ୍ଚାୟତ କାର୍ଯ୍ୟାଳୟକୁ ଯିବା ଆସିବା କରିବା, ଛାତ୍ରୀଛାତ୍ରମାନେ ସ୍କୁଲ କଲେଜ ଯିବା, ଆସିବା କରିବାରେ ନାନା ସମସ୍ୟାର ସମ୍ମୁଖୀନ ହେଉଥିଲେ । ଏପରି କି ରୋଗୀମାନଙ୍କୁ ଡାକ୍ତରଖାନା ନେବା ସମ୍ଭବ ହୋଇ ପାରୁ ନ ଥିଲା ଆମ୍ବୁଲାନ୍ସ ଗାଁ ଭିତରକୁ ଆସି ପାରୁ ନ ଥିଲା । ଏଥିପାଇଁ ପକ୍କା ରାସ୍ତା ନିର୍ମାଣ କରିବା ପାଇଁ ଗ୍ରାମବାସୀଙ୍କ ତରଫରୁ ବାରମ୍ବାର ଦାବି ହୋଇ ଆସୁଥିଲା। ତେଣୁ ଢିପିସାହିଠାରୁ ବେଗୁନିଆସାହି ପର୍ଯ୍ୟନ୍ତ କଂକ୍ରିଟ ରାସ୍ତା ନିର୍ମାଣ କରିବା ପାଇଁ ସରକାରଙ୍କ ତରଫରୁ ୩ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଥିଲା । ଉକ୍ତ ରାସ୍ତା ନିର୍ମାଣର କାର୍ଯ୍ୟାଦେଶ ଯନ୍ତ୍ରୀଙ୍କ ନାମରେ ରହିଥିବା ବେଳେ ଠିକାଦାରଙ୍କୁ କାମ କରିବାର ଦାୟିତ୍ୱ ଦିଆଯାଇଥିଲା । ହେଲେ ନିର୍ମାଣସ୍ଥଳୀରେ ସୂଚନା ଫଳକ ନ ଲଗାଇ ଠିକାଦାର ନିମ୍ନମାନର କାମ କରୁଥିଲେ । ଏହାକୁ ଢିପିସାହିବାସୀ ବିରୋଧ କରୁଥିଲେ ମଧ୍ୟ ଠିକାଦାର ତାହାକୁ ଖାତିର କରି ନ ଥିଲେ । ତରବରିଆ ଭାବେ ନିମ୍ନମାନର କାମ କରି ବିଲ କରିବା ଉଦ୍ଦେଶ୍ୟରେ ଠିକାଦାର ଫଳକ ନିର୍ମାଣ କରିଥିଲେ। ହେଲେ ଗ୍ରାମବାସୀ ସେହି ଫଳକକୁ ଭାଙ୍ଗି ଦେଇଥିଲେ । ନିମ୍ନମାନର କାର୍ଯ୍ୟ ଯୋଗୁ ରାସ୍ତା କାମ ସରିବାର ୩ ମାସ ନ ପୂରୁଣୁ ବିଭିନ୍ନ ସ୍ଥାନ ଫାଟି ଆଁ କରିଛି। ଏହାପରେ ବି ଠିକାଦାର ବିଲ୍‌ କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି । ଏପରିକି ରାଜନୈତିକ ଚାପ ପକାଉଥିବା କଥା ବ୍ଲକର କେତେଜଣ କର୍ମଚାରୀ କହିଛନ୍ତି । ରାସ୍ତା ଫାଟିବା ଓ ବିଲ ବାବଦରେ ନୂଆଗାଁ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ଶୁଭଶ୍ରୀ ପଣ୍ଡାଙ୍କୁ ପଚାରିବାରେ ରାସ୍ତା ଫାଟିବା ବାବଦରେ ମୁଁ ଅବଗତ ଅଛି । ଖଳିମାଟି ଯୋଗୁ ରାସ୍ତା ଫାଟିଲା । ସେହି ରାସ୍ତା କାର୍ଯ୍ୟର ଫାଇଲ ମୋ ପାଖରେ ଅଛି। ଠିକାଦାର ପୁନର୍ବାର ରାସ୍ତା ନିର୍ମାଣ କଲା ପରେ ବିଲ୍‌ କରାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri