ବସ୍‌ରୁ ୧୮ ଲକ୍ଷ ଟଙ୍କା ଜବତ, ଜଣେ ଅଟକ

ବ୍ରହ୍ମପୁର ଅଫିସ,୯ା୨: ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଯାନବାହନ ଯାଞ୍ଚ କରାଯାଉଥିଲା। ୧୬ ନମ୍ବର ଜାତୀୟ ରାଜପଥର ଲାଞ୍ଜିପଲ୍ଲୀ ଦେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଅବକାରୀ ଟିମ୍‌ ଯାଞ୍ଚ କରୁଥିଲା। ଗଞ୍ଜେଇ ଗାଡ଼ି ଯାଞ୍ଚ ବେଳେ ଏକ ଘରୋଇ ବସରୁ ୧୮ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଜବତ ହୋଇଥିବା ଅବକାରୀ ଗୁଇନ୍ଦା ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ ସୂଚନା ଦେଇଛନ୍ତି। ଏହି ଘଟଣାରେ ଅବକାରୀ ଗୁଇନ୍ଦା ବିଭାଗ ଯାଜପୁର ଜିଲାର ଗୋବିନ୍ଦପୁର ଗ୍ରାମର ସଞ୍ଜୟ ସାହୁ ଓରଫ ବାବୁଲିକୁ ଅଟକ ରଖି ପଚାଉଚରା କରୁଥିବା ଜଣାପଡ଼ିଛି। ସେ ଏକ କାଜୁ ବ୍ୟବସାୟୀ ବୋଲି ଜଣାପଡ଼ିଛି। ସେ ବ୍ରହ୍ମପୁରରୁ ଯାଜପୁର ଯାଉଥିଲେ ବୋଲି ଅବକାରୀ ବିଭାଗକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ,...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri