ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ମନ୍ଥରତା

ନିମାପଡ଼ା,୧୦।୨(ଡି.ଏନ୍‌.ଏ.): ନିମାପଡ଼ା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ପ୍ରାୟ ୫୧ କୋଟି ବ୍ୟୟ ଅଟକଳରେ ନିମାପଡ଼ା ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ୫୧ଟି ନୂତନ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଛି। ଏହି ନୂତନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଶେଷ ହୋଇ କାର୍ଯ୍ୟକ୍ଷମ ହେଲେ ପ୍ରାୟ ଦେଢଲକ୍ଷ ଜନସାଧାରଣ ସୁବିଧାରେ ବିଶୁଦ୍ଧ ପାନୀୟ ଜଳ ପାଇବେ। ନିମାପଡ଼ା ବ୍ଲକର କୌଣସି ପଞ୍ଚାୟତରେ ପାନୀୟ ଜଳ ସଙ୍କଟ ଦେଖାଯିବ ନାହିଁ ବୋଲି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଏହି ନବ ନିର୍ମାଣ ପ୍ରକଳ୍ପଗୁଡ଼ିକ ନିର୍ମାଣ କାର୍ଯ୍ୟ ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ଶେଷ ହୋଇ କାର୍ଯ୍ୟକ୍ଷମ ହେବାକୁ ବିଭାଗୀୟ ଲକ୍ଷ୍ୟଧାର୍ଯ୍ୟ ରଖାଯାଇଛି। ଏହି ପ୍ରକଳ୍ପ ମଧ୍ୟରୁ ମାହାଳ, କୁଶିକଣା, ଡଢଣା, ପଳସୁଧା, ଭଗବତୀପୁର, ହରିଶିପୁର ଆଦି ୬ଟି ନୂତନ ପ୍ରକଳ୍ପର ଶତପ୍ରତିଶତ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ଆସନ୍ତା ୧୦ ଦିନ ମଧ୍ୟରେ ଏହି ନୂତନ ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ କରାଯାଇ ଲୋକାର୍ପିତ ହେବ। ଉପରୋକ୍ତ ଅଞ୍ଚଳର ଲୋକଙ୍କୁ ସୁବିଧାରେ ପାଇପଲାଇନ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରବୀର ବଳ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଅବଶିଷ୍ଟ ୪୫ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ଏଜେନ୍ସିର ଅବହେଳା, ଖାମଖିଆଲି ନୀତି ଯୋଗୁ ନିର୍ମାଣ କାର୍ଯ୍ୟରେ ମନ୍ଥରତା ଦେଖାଦେଇଛି। ଏଥିନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧିପାଇଛି। ଯୁଦ୍ଧକାଳୀନ ଭିତ୍ତିରେ ପ୍ରକଳ୍ପଗୁଡ଼ିକର ନିର୍ମାଣ କାର୍ଯ୍ୟ କରାଯାଇ ଅବଧି ସମୟ ପୂର୍ବରୁ କାର୍ଯ୍ୟ ସାରିବାକୁ ବିଭାଗୀୟ ଅଧିକାରୀ ଏଜେନ୍ସିକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଶାଇଁସ ଶାସନ ପଞ୍ଚାୟତର ଭଗବତୀପୁର ଗ୍ରାମଠାରେ ନିର୍ମାଣାଧୀନ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ତୁରନ୍ତ କାର୍ଯ୍ୟକ୍ଷମ କରି ଗ୍ରାମାଞ୍ଚଳର ଲୋକଙ୍କୁ ଗ୍ରୀଷ୍ମଦିନ ଆଗରୁ ପାନୀୟ ଜଳ ଯୋଗାଇ ଦେବାକୁ ସରପଞ୍ଚ ଦେବାଶିଷ ଆଚାର୍ଯ୍ୟ, ସମିତି ସଭ୍ୟା ସାରାଣୀ ରଥ ବିଭାଗୀୟ ଅଧିକାରୀଙ୍କ ନିକଟରେ ଦାବି କରିଛନ୍ତି। ତୁରନ୍ତ ପ୍ରକଳ୍ପ କାର୍ଯ୍ୟକ୍ଷମ ନ ହେଲେ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସରପଞ୍ଚ ଆଚାର୍ଯ୍ୟ ଓ ସମିତି ସଭ୍ୟା ରଥ ପ୍ରଶାସନକୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri