Odisha Elections 2024

ମାନସିକ ଭାରସାମ୍ୟ ହରାଇଛନ୍ତି ଜୟନାରାୟଣ: ବିଜେଡି

ଭୁବନେଶ୍ବର,୧୦ା୨(ବ୍ୟୁରୋ): ନବ ଦାସଙ୍କ ହତ୍ୟାକାଣ୍ଡ ଭଳି ସ୍ପର୍ଶକତାର ଘଟଣାରେ ବାରମ୍ବାର ଅରୁଚିକର ମନ୍ତବ୍ୟ ଦେଉଥିବା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ର ମାନସିକ ଭାରସାମ୍ୟ ହରାଇଛନ୍ତି। ତେଣୁ ତୁରନ୍ତ ତାଙ୍କର ମାନସିକ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ବିଜେଡି ପକ୍ଷରୁ ଭାଜପା ନେତୃବୃନ୍ଦଙ୍କୁ ପରାମର୍ଶ ଦିଆଯାଇଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି ମୁଖପାତ୍ର ଗୌତମବୁଦ୍ଧ ଦାସ କହିଛନ୍ତି, ସ୍ବର୍ଗତ ନବ ଦାସଙ୍କ ଦ୍ୱାଦଶାହ ଶ୍ରଦ୍ଧାଞ୍ଜଳି ସଭା ଝାରସୁଗୁଡ଼ାଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଯୋଗଦେଇ ଦିବଂଗତ ନେତାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଓଡ଼ିଶା ସଂସ୍କୃତି ଓ ପରମ୍ପରା ଅନୁସାରେ ଏଭଳି ସମୟରେ ଜଣେ ମୃତବ୍ୟକ୍ତିଙ୍କ ଭଲ କାମକୁ ମନେପକାଇ ତାଙ୍କ ଗୁଣାବଳୀର ସ୍ମରଣ କରାଯାଏ। ମାତ୍ର ଗତ କିଛିଦିନ ହେଲା ମାନସିକ ଭାରସାମ୍ୟ ହରାଇଥିବା ଭାଜପା ନେତା ଜୟନାରାୟଣ ମିଶ୍ର ନବ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାକୁ ନେଇ ଅରୁଚିକର ମନ୍ତବ୍ୟ ଦେଇଛନ୍ତି। ଦଳମତ ନିର୍ବିଶେଷରେ ତାଙ୍କ ମନ୍ତବ୍ୟକୁ ସମସ୍ତେ ନିନ୍ଦା କରୁଛନ୍ତି। ମାନସିକ ଭାରସାମ୍ୟ ହରାଇଥିବା ଭାଜପାର ଏହି ନେତାଙ୍କ ଆଚରଣ ଓ ଉଚ୍ଚାରଣ ଏଭଳି ହେବା ସ୍ବାଭାବିକ। ତାଙ୍କ ଭଳି ଅଭ୍ୟାସଗତ ଅପରାଧୀଙ୍କଠାରୁ ଅଧିକ କିଛି ଆଶା ନ କରାଯାଇପାରେ। ତେଣୁ ଭାଜପା ଶୀର୍ଷନେତାଙ୍କୁ ଅନୁରୋଧ ଓଡ଼ିଆ ସଂସ୍କୃତି ଓ ପରମ୍ପରାକୁ ଭୁଲି ଜଣେ ମୃତବ୍ୟକ୍ତିଙ୍କ ଦ୍ୱାଦଶାହରେ ଏଭଳି ଅରୁଚିକର ମନ୍ତବ୍ୟ ଦେଉଥିବା ନେତାଙ୍କ ମାନସିକ ସ୍ବାସ୍ଥ୍ୟ ପରୀକ୍ଷା କରାନ୍ତୁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦ୍ଦେଶ୍ୟରେ ଏକ ଜନ ସମାବେଶ ଝାରସୁଗୁଡ଼ାସ୍ଥିତ ସରବାହାଲ ହାଇସ୍କୁଲ ପଡ଼ିଆରେ ଆୟୋଜନ କରାଯାଇଥିଲା। ଏଥିରେ ବହୁ ସଂଖ୍ୟାରେ ନେତା ଓ କର୍ମୀ ଏକତ୍ରିତ ହୋଇଥିଲେ। ରାଜ୍ୟର ପ୍ରାୟ ସମସ୍ତ ଆଗଧାଡ଼ିର ନେତା ସେଠାରେ ଏକାଠିହେବା ସାଙ୍ଗକୁ ମୁଖ୍ୟମନ୍ତ୍ରୀ ମଧ୍ୟ ସେଠାକୁ ଯାଇଥିଲେ। ହେଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏହା ଶ୍ରଦ୍ଧାଞ୍ଜଳି ସଭା ନାଁରେ ରାଜନୀତି ହେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ଥର ଏପରି ହମଲା କଲେ ଅପରାଜିତା, କହିଦେଲେ ଏମିତି ଯେ…

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଆଟାକ୍‌ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ। ଭୁବନେଶ୍ୱର ଏମପି ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ...

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri