କେରାଣ୍ଡି ଗାଁକୁ ପକ୍କା ରାସ୍ତା ନାହିଁ

ପାରଳାଖେମୁଣ୍ଡି,୧୦ା୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହର ଉପକଣ୍ଠ ତଥା ଗୋଷାଣି ବ୍ଲକ ଅନ୍ତର୍ଗତ କେରାଣ୍ଡି ଗ୍ରାମକୁ ପକ୍କା ରାସ୍ତା ନାହିଁ। ରାମସାଗର ଛକ ଦେଇ ଉକ୍ତ ଗ୍ରାମକୁ ଯାଇଥିବା ପକ୍କା ରାସ୍ତାଟି ଖାଲଖମାରେ ଭର୍ତ୍ତି ହୋଇଛି। ଅନ୍ୟପକ୍ଷରେ ପାରଳା ସହର ବୃନ୍ଦାବନ ପ୍ୟାଲେସ ନିକଟ ଦେଇ ଯାଇଥିବା ରାସ୍ତାଟି ଆଜି ଯାଏ ପକ୍କା ହୋଇପାରିନି। ଗ୍ରାମବାସୀ ଏହି ରାସ୍ତା ନିର୍ମାଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ବାରମ୍ବାର ଅନୁରୋଧ କରିଥିଲେ ମଧ୍ୟ ସୁଫଳ ମିଳୁନାହିଁ । କେରାଣ୍ଡି ଗ୍ରାମଟି ପାରଳା ସହର ଉପକଣ୍ଠରେ ରହିଥିଲେ ମଧ୍ୟ ପ୍ରଶାସନିକ କିମ୍ବା ଗ୍ରାମ୍ୟ ଉନ୍ନୟନ ବିଭାଗର ଦୃଷ୍ଟି ଆଢୁଆଳରେ ରହିଯାଇଛି ବୋଲି ଗ୍ରାମବାସୀ କହିଛନ୍ତି। ଉଭୟ ନୂଆକେରଣ୍ଡି ଓ ପୁରୁଣା କେରାଣ୍ଡିର ଗ୍ରାମର ପ୍ରାୟ ୧ହଜାର ଲୋକ ମୁଖ୍ୟତଃ ରାମସାଗର ଛକ ରାସ୍ତା ଦେଇ ପାରଳା ଯାତାୟତ କରୁଛନ୍ତି, ଯାହାକି ବୃନ୍ଦାବନ ପ୍ୟାଲେସ ମାଟି ରାସ୍ତା ଅପେକ୍ଷା ପ୍ରାୟ ୨କି.ମି. ଅଧିକା ପଡୁଛି । ବୃନ୍ଦାବନ ପ୍ୟାଲେସ ରାସ୍ତା ଦେଇ ଗଲେ ସିଧା ପାରଳା ସହର ମଧ୍ୟରେ ପହଞ୍ଚି ହେଉଥିଲେ ମଧ୍ୟ ତାହା ପକ୍କା ହୋଇ ନ ଥିବାରୁ ଧୂଳିଧୂସର ଓ ବର୍ଷା ଦିନେ କର୍ଦ୍ଦମାକ୍ତ ହୋଇପଡୁଛି। ଫଳରେ ଯାତାୟତରେ ବିଭିନ୍ନ ସମସ୍ୟା ଉପୁଜୁଥିବା ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷରେ ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରକୁ ଲାଗି ଥିବା ଏହି ଗ୍ରାମକୁ ଆଜିଯାଏଁ ପକ୍କାରାସ୍ତାଟିଏ ହୋଇପାରିନାହିଁ । ଭବିଷ୍ୟତରେ ପାରଳା ପୌରପରିଷଦ ସଂପ୍ରସାରଣ ହେଲେ କେରାଣ୍ଡି ଗ୍ରାମ ମଧ୍ୟ ସାମିଲ ହେବ । ଏଭଳି ସ୍ଥିତିରେ ଗାଁକୁ ପକ୍କା ରାସ୍ତାଟିଏ ନଥିବାରୁ ସାଧାରଣରେ ବିଭିନ୍ନ ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri