ଗଞ୍ଜେଇ ଯାଞ୍ଚ ବେଳେ ୧୮ ଲକ୍ଷ ଜବତ ଘଟଣା : ଆୟକର ବିଭାଗର ଖୋଳତାଡ଼

ବ୍ରହ୍ମପୁର ଅଫିସ,୧୦ା୨: ଅବକାରୀ ଗୁଇନ୍ଦା ବିଭାଗର ଏକ ଟିମ୍‌ ଦୁଇ ଦିନ ତଳେ ଲାଞ୍ଜିପଲ୍ଲୀ ବାଇପାସରେ କଟକ ଅଭିମୁଖେ ଯାଉଥିବା ଏକ ବସ୍‌ରୁ ଗଞ୍ଜେଇ ଯାଞ୍ଚ କରିବା ବେଳେ ଜଣେ ଯାତ୍ରୀଙ୍କ ବ୍ୟାଗରୁ ୧୮ଲକ୍ଷ ଟଙ୍କା ଜବତ କରିଥିଲା। କାହା ପାଖରୁ ଏତେ ପରିମାଣର ଟଙ୍କା ଆଣିଛନ୍ତି ତା’ର ଠିକ୍‌ ସୂଚନା ଦେଇପାରୁ ନାହାନ୍ତି ଅଟକ ଯୁବକ। ତେଣୁ ଅବକାରୀ ବିଭାଗ ତରଫରୁ ଏ ନେଇ ଆୟକର ବିଭାଗକୁ ଖବର ଦିଆଯାଇଥିଲା। ଶୁକ୍ରବାର ଆୟକର ବିଭାଗର ଏକ ଟିମ୍‌ ଅବକାରୀ ଗୁଇନ୍ଦା ବିଭାଗର କାର୍ଯ୍ୟାଳୟରେ ଖୋଳତାଡ଼ ଆରମ୍ଭ କରିଛି। ଟଙ୍କା କେଉଁ ବ୍ୟବସାୟର, କାହା ପାଖରୁ ଆସିଥିଲା, କାହା ପାଖକୁ ଯାଉଥିଲା, ଏଭଳି ବିଭିନ୍ନ ଦିଗକୁ ଆୟକର ବିଭାଗ ତଦନ୍ତ ଜାରି ରଖିଛି। ସୂଚନାଯୋଗ୍ୟ, ଟଙ୍କା ନେଇ ଯାଉଥିବା ଯାଜପୁର ଅଞ୍ଚଳର ସଞ୍ଜୟ ସାହୁ ଯାଜପୁରର ଜଣେ ଚିନାବାଦାମ ବ୍ୟବସାୟୀଙ୍କ ନିକଟରେ କାମ କରୁଛନ୍ତି। ମାଲିକଙ୍କ କହିବା ଅନୁସାରେ ସେ ବ୍ରହ୍ମପୁର ଆସି ୩ଜଣ ବେପାରୀଙ୍କ ଠାରୁ ଚିନାବାଦାମ ପଠାଇବା ବାବଦ ଟଙ୍କା ଆଦାୟ କରି ଫେରୁଥିଲେ ବୋଲି କହଛନ୍ତି। ହେଲେ ସେ ଏ ନେଇ ସେ କୌଣସି କାଗଜପତ୍ର ଦେଖାଇ ପାରି ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri