Posted inଜାତୀୟ

ବଡ଼ମାଛ ଧରୁନାହିଁ କେନ୍ଦ୍ର

ନୂଆଦିଲ୍ଲୀ,୧୧ା୨: ନିଶା ସାମଗ୍ରୀ କାରବାର ରୋକିବା ପାଇଁ ୧୯୮୫ ମସିହାରୁ ଭାରତରେ ନାର୍କୋଟିକ୍‌ ଡ୍ରଗ୍ସ ଆଣ୍ଡ ସାଇକୋଟ୍ରୋପିକ୍‌ ସବ୍‌ଷ୍ଟାନ୍ସେସ୍‌ (ଏନ୍‌ଡିପିଏସ୍‌) ଆଇନ ପ୍ରଚଳିତ। ଅନ୍ତର୍ଜାତୀୟ ଡ୍ରଗ୍‌ ସିଣ୍ଡିକେଟ୍‌ ସଦସ୍ୟମାନେ ଏହି ଆଇନକୁ ଫାଙ୍କି ଗଳିଯାଉଛନ୍ତି। ଏଭଳି ଗଞ୍ଜେଇ ଓ ଅଫିମ ଚାଲାଣକାରୀମାନଙ୍କୁ କେନ୍ଦ୍ର ସରକାର ଏବଂ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଗିରଫ କରୁନାହାନ୍ତି। ଚାଷୀ ଓ ବସ୍‌ଷ୍ଟାଣ୍ଡରେ ଛିଡ଼ା ହୋଇଥିବା ଲୋକଙ୍କୁ ସେମାନେ ଧରୁଛନ୍ତି ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ଜମିରେ ଅଫିମ ଚାଷ କରିବା ଅଭିଯୋଗରେ ସବିର ନାମକ ଜଣେ ବ୍ୟକ୍ତି ଗିରଫ ହୋଇଥିଲେ। ଅଭିଯୁକ୍ତ ୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଜେଲରେ ରହିସାରିବା ପରେ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିଥିଲେ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କୁ ନେଇ ଗଠିତ ଖଣ୍ଡପୀଠ ତାଙ୍କ ଜାମିନ ଆବେଦନର ଶୁଣାଣି କରି କହିଛନ୍ତି, ଭାରତ ସରକାର ଓ ତଦନ୍ତକାରୀ ସଂସ୍ଥାଗୁଡ଼ିକ ବଡ଼ମାଛଙ୍କୁ ଗିରଫ କରୁନାହାନ୍ତି। ଅନ୍ତର୍ଜାତୀୟ ଡ୍ରଗ୍‌ ସିଣ୍ଡିକେଟ ପଛରେ କାହିଁକି ଗୋଡ଼ାଉନାହାନ୍ତି? ସେମାନଙ୍କୁ ଧରିବାକୁ ଚେଷ୍ଟା କରନ୍ତୁ। କେବଳ ଚାଷୀ ଏବଂ ବସ୍‌ଷ୍ଟାଣ୍ଡ ତଥା ଅନ୍ୟ କୌଣସି ସ୍ଥାନରେ ଛିଡ଼ା ହୋଇଥିବା ଚୂନାମାଛଙ୍କୁ ଧରିଲେ କ’ଣ ହେବ ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ।
ସରକାର ଓ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଅତିରିକ୍ତ ସଲିସିଟର ଜେନେରାଲ ବିକ୍ରମଜିତ୍‌ ବାନାର୍ଜୀ ଅଭିଯୁକ୍ତ ସବିରଙ୍କ ଜାମିନ ଆବେଦନକୁ ବିରୋଧ କରିଥିଲେ। ବିକ୍ରମଜିତ୍‌ କହିଥିଲେ, ସବିରଙ୍କ ଚାଷଜମିରୁ ମିଳିଥିବା ଅଫିମର ପରିମାଣ କମ୍‌ ନୁହେଁ। ସେ ଏହା ପୂର୍ବରୁ ମଧ୍ୟ ୨ ଥର ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଖଣ୍ଡପୀଠ କହିଲେ, ଜବତ ହୋଇଥିବା ସାଇକୋଟ୍ରୋପିକ୍‌ ସବ୍‌ଷ୍ଟାନ୍ସ (ମନଃପ୍ରଭାବୀ ଦ୍ରବ୍ୟ)ର ପରିମାଣ ଅନୁସାରେ ସର୍ବାଧିକ ୧୦ ବର୍ଷ ଜେଲଦଣ୍ଡର ବ୍ୟବସ୍ଥା ରହିଛି। ଅଭିଯୁକ୍ତ ୫ ବର୍ଷରୁ ଅଧିକ ସମୟ ଜେଲରେ ଦଣ୍ଡ ଭୋଗିସାରିଲେଣି। ଏମାନେ ସ୍ବଳ୍ପକାଳୀନ ଚାଷୀ ହୋଇଥିବାରୁ ନିଜ ଅପରାଧ ପାଇଁ ଜାମିନ ପାଇପାରୁ ନାହାନ୍ତି। ଅଭିଯୁକ୍ତ ସବିର ଜାମିନ ପାଇବାକୁ ଯୋଗ୍ୟ କହି ଖଣ୍ଡପୀଠ ରାଜ୍ୟ ସରକାର ଏବଂ ଏନ୍‌ସିବିର ନିବେଦନକୁ ଅଗ୍ରାହ୍ୟ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri