ବଦଳିଲା ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା ତାରିଖ

କଟକ ଅଫିସ,୧୧ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୯ରେ ଓଡ଼ିଆ ଏବଂ ଇଂଲିଶ ବିଷୟରେ ହେବାକୁ ଥିବା ପରୀକ୍ଷା ୨୧ ତାରିଖରେ ଅନୁଷ୍ଠିତ ହେବ। ସେହିପରି ଆସନ୍ତା ୨୧ରେ ହେବାକୁ ଥିବା ଜେନେରାଲ ଷ୍ଟଡିଜ୍‌ର ପେପର-୧ ଏବଂ ୨ର ପରୀକ୍ଷା ମାର୍ଚ୍ଚ ୧୨ରେ ହେବ। ମାର୍ଚ୍ଚ ୧୨ରେ ହେବାକୁ ଥିବା ଫିଲୋସୋଫି ଏବଂ ସାଇକୋଲୋଜି ବିଷୟର ପେପର-୨ ପରୀକ୍ଷା ୧୩ ତାରିଖରେ ହେବ। ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସ୍‌ସି)ର ସିଭିଲ ସର୍ଭିସ୍‌ ସାକ୍ଷାତ୍‌କାର ଥିବାରୁ ଓପିଏସ୍‌ସି ଉକ୍ତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରିଛି। କେବେଳ ଏହି ୩ ଦିନ ପରୀକ୍ଷାକୁ ବାଦ୍‌ ଦେଲେ ଅନ୍ୟ କୌଣସି ତାରିଖରେ ପରିବର୍ତ୍ତନ କରାଯାଇନାହିଁ।
ସୂଚନାଥାଉ କି, ଗତ ଅକ୍ଟୋବର ୧୬ରେ ଓସିଏସ୍‌-୨୦୨୧ ପ୍ରିଲିମିନାରୀ ପରୀକ୍ଷା ହୋଇଥିଲା। ଏଥିରେ ୫,୨୯୬ ଜଣ କୃତକାର୍ଯ୍ୟ ହୋଇଥିଲେ। ସେମାନେ ଆସନ୍ତା ଫେବୃୟାରୀ ୨୧ରୁ ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ମୁଖ୍ୟ ପରୀକ୍ଷା ଦେବେ। ପ୍ରତିଦିନ ଦୁଇଟି ସିଟିଂରେ ପରୀକ୍ଷା କରାଯିବ। ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ନ ୨ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂରେ ପରୀକ୍ଷା ହେବ। ୩ଘଣ୍ଟା ଧରି ପରୀକ୍ଷା ହେବାକୁ ଥିବାବେଳେ କେବଳ ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ୧ ଘଣ୍ଟା ସମୟ ମିଳିବ। ପରୀକ୍ଷା ପାଇଁ ଆଡ୍‌ମିଟ୍‌ କାର୍ଡ ଖୁବଶୀଘ୍ର ଓପିଏସ୍‌ସି ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ। ପରୀକ୍ଷାର୍ଥୀମାନେ ପ୍ରକାଶିତ ବିଜ୍ଞପ୍ତିରେ ସବିଶେଷ ତଥ୍ୟ ଓପିଏସ୍‌ସି ୱେବ୍‌ସାଇଟରୁ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri