Posted inଜାତୀୟ

ପଶ୍ଚିମବଙ୍ଗରେ ୧୭% ଗର୍ଭବତୀ ସ୍ବଳ୍ପବୟସ୍କା

କୋଲକାତା,୧୧।୨ : ପଶ୍ଚିମବଙ୍ଗରେ ପ୍ରତି ୬ ଜଣ ଗର୍ଭବତୀ ମହିଳାଙ୍କ ମଧ୍ୟରୁ ଜଣେ (୧୭ ପ୍ରତିଶତ) ସ୍ବଳ୍ପବୟସ୍କା ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ବିବାହିତ ମହିଳାଙ୍କ ମଧ୍ୟରେ ସେମାନଙ୍କ ଅନୁପାତ ୪ ପ୍ରତିଶତ ବୋଲି ସରକାରଙ୍କ ମାଟ୍ରିମା ପ୍ରୋଗ୍ରାମ୍‌ରେ ସଂଗୃହୀତ ତଥ୍ୟରୁ ଜଣାପଡ଼ିଛି। ଝିଅଙ୍କ ବିବାହ ପାଇଁ ୧୮ କିମ୍ବା ୧୯ ବର୍ଷ ବୈଧ ବୟସ ହୋଇଥିବାବେଳେ ଉଭୟ ମାଆ ଓ ଶିଶୁଙ୍କ ସ୍ବାସ୍ଥ୍ୟଗତ ସୁରକ୍ଷା କାରଣରୁ ଗର୍ଭଧାରଣର ସର୍ବନିମ୍ନ ବୟସ ୨୧ ବର୍ଷ ହେବା ଆବଶ୍ୟକ ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି। ସ୍ବଳ୍ପବୟସ୍କା ଗର୍ଭବତୀ ମାଆଙ୍କ ସ୍ବାସ୍ଥ୍ୟ ପ୍ରତି ଅଧିକ ବିପଦ ରହିଛି। ଏପରିକି ପ୍ରସବ ସମୟରେ ସେମାନଙ୍କ ଜୀବନ ପ୍ରତି ବିପଦ ରହିଥାଏ ବୋଲି ବିଶେଷଜ୍ଞମାନେ କହିଛନ୍ତି। ମାଟ୍ରିମା ପୋର୍ଟାଲ ତଥ୍ୟ ଅନୁଯାୟୀ ଗତବର୍ଷ ସେପ୍ଟେମ୍ବର ସୁଦ୍ଧା ପଶ୍ଚିମବଙ୍ଗରେ ୪ ଲକ୍ଷ ସ୍ବଳ୍ପବୟସ୍କ ଦମ୍ପତି ରହିଛନ୍ତି। ସେଠାରେ ବର୍ଷକ ମଧ୍ୟରେ ସ୍ବଳ୍ପବୟସ୍କାଙ୍କ ଗର୍ଭନିରୋଧକ ବ୍ୟବହାର ୫ ପ୍ରତିଶତ ବଢ଼ି ୫୫ ପ୍ରତିଶତରେ ପହଞ୍ଚତ୍ଥିବା ସର୍ଭେରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri