ଜିଲାରେ ୫୯,୪୪୪ ପିଲା ଖାଇବେ ଆଲ୍‌ବେଣ୍ଡାଜଲ

ବ୍ରହ୍ମପୁର ଅଫିସ,୧୧ା୨: ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଭି.ଭି. ଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜାତୀୟ କୃମି ନାଶକ ଦିବସ ଶୁଭାରମ୍ଭ କରାଯାଇଛି। ଜିଲା ସ୍ବାସ୍ଥ୍ୟ ବିକାଶ ସମିତି ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟଧିକାରୀ (ସିଡିଏମଓ) ଉମାଶଙ୍କର ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଏହି ଅବସରରେ ସେ କେତେଜଣ ଛାତ୍ରୀଙ୍କୁ କୃମି ନାଶକ ଔଷଧ ଆଲବେଣ୍ଡାଜଲ ଖୁଆଇଥିଲେ। ଜିଲାରେ ୫୯ ହଜାର ୪୪୪ ଜଣ ପିଲାଙ୍କୁ ଏହି ଔଷଧ ଖାଇବାକୁ ଦିଆଯିବ ବୋଲି ସେ କହିଥିଲେ।
ଏହି ଔଷଧ ଖାଇବା ଦ୍ୱାରା ରକ୍ତହୀନତା ନିୟନ୍ତ୍ରଣ, ଶିକ୍ଷା ଦକ୍ଷତା ବୃଦ୍ଧି ଓ ପୃଷ୍ଟିହୀନତାରୁ ରକ୍ଷା ଆଦିରେ ସହାୟକ ହେବ ବୋଲି ସିଡିଏମଓ କହିଥିଲେ। ପିଲାମାନଙ୍କ ସ୍ବାସ୍ଥ୍ୟ, ପୋଷଣ ସ୍ଥିତି, ଶିକ୍ଷା ତଥା ଜୀବନଶୈଳୀରେ ଉନ୍ନତି ଆଣିବା ଜାତୀୟ କୃମିନାଶକ ଦିବସର ମୂଳ ଲକ୍ଷ୍ୟ। ଯେଉଁଁ ଛାତ୍ରୀଛାତ୍ରମାନେ ଶୁକ୍ରବାର ଏହି ଔଷଧ ଖାଇନାହାନ୍ତି, ସେମାନେ ଆସନ୍ତା ୧୮ ତାରିଖରେ ଖାଇପାରିବେ ବୋଲି ସିଡିଏମ୍‌ଓ ମିଶ୍ର ସୂଚନା ଦେଇଛନ୍ତି।
ସେହିପରି ଜିଲାରେ ୧ରୁ ୫ ବର୍ଷ ବୟସର ପିଲାମାନଙ୍କୁ କୃମିନାଶକ (ସିରପ) ଔଷଧ ଦିଆଯିବ ଓ ୬ରୁ ୧୯ବର୍ଷ ବୟସର ପିଲାମାନଙ୍କୁ ମଧ୍ୟ ଏହି କୃମିଔଷଧ (ବଟିକା) ପ୍ରଦାନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଆଲବେଣ୍ଡାଜଲ ବଟିକା ଓ ସିରପର କୌଣସି ପାର୍ଶ୍ୱପ୍ରତିକ୍ରିୟା ନାହିଁ। ପିଲାମାନଙ୍କ ପାଇଁ ଏହା ସମ୍ପୂର୍ଣ୍ଣ ନିରାପଦ ବୋଲି ସିଡିଏମ୍‌ଓ କହିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲା ସହରାଞ୍ଚଳ ଜନ ସ୍ବାସ୍ଥ୍ୟଧିକାରୀ ମନୋଜ କୁମାର ପଣ୍ଡା, ଶିଶୁ କଲ୍ୟାଣ ଅଧିକାରୀ କ୍ରିଷ୍ଣା କୁମାରୀ ନନ୍ଦ, ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରଭାତୀ ମଞ୍ଜରୀ ମିଶ୍ର ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri