ବର୍ଷେ ହେଲା କାମ କରି ମିଳିନି ମଜୁରି

ଦଶମନ୍ତପୁର, ୧୧ା୨( ଡି.ଏନ.ଏ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତ ଯୋଗି ମାଳିଗୁଡା ଗ୍ରାମର ଶ୍ରମିକମାନେ ଆଜି ବର୍ଷେ ହେଲା କୁଲି କାମ କରି ନିଜ ପ୍ରାପ୍ୟ ପାଇ ନ ଥିବା ଅଭିଯୋଗ କରିଛନ୍ତି। ଗତ ୨୦୨୧-୨୨ ଆର୍ଥିକ ବର୍ଷରେ ୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ଡ୍ରେନ କାର୍ଯ୍ୟ କରାଯାଇଥିଲା। ଏହି କାର୍ଯ୍ୟ ଠିକାଦାର ଲକ୍ଷ୍ମଣ କୁଳଦୀପ ଶ୍ରମିକମାନଙ୍କୁ ନେଇ କରିଥିଲେ। ଗ୍ରାମର ଶତାଧିକ ବ୍ୟକ୍ତି ନିୟୋଜିତ ହୋଇ ଶ୍ରମିକ ରୂପେ ଜଣକା ୧୦ରୁ୧୨ ଦିନ ଲେଖାଏ କାମ କରିଥିଲେ। କାମ ଶେଷ ହୋଇ ବର୍ଷେରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ସେମାନଙ୍କୁ ଟଙ୍କାଟିଏ ମଜୁରି ମିଳିନାହିଁ। ବାରମ୍ବାର ଠିକାଦାରଙ୍କ ଘରକୁ ଯାଇ ମଜୁରି ଟଙ୍କା ମାଗିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ା ବିଭିନ୍ନ ଆଳ ଦେଖାଇ ଆଜି କାଲି କହି ସେ ଠକୁଛନ୍ତି ବୋଲି ଗ୍ରାମର ହରି ମାଳି, ସମାରୁ ମାଳି, ଡମାଇ ମାଳି, ବୁଧରା ମାଳି, ହାରାବତୀ ମାଳିଙ୍କ ସହ ଅନ୍ୟମାନେ ପ୍ରକାଶ କରିଛନ୍ତି। ଏସମ୍ପର୍କରେ ସମ୍ପୃକ୍ତ ଠିକାଦାର କୁଳଦୀପଙ୍କୁ ପଚାରିବାରୁ ସେ କହିଲେ ଶ୍ରମିକମାନଙ୍କୁ କିଛି କିଛି ମଜୁରି ଟଙ୍କା ଦେଇଛି। ଶ୍ରମିକମାନେ କିଛି ଟଙ୍କା ପାଇ ନ ଥିବା କହୁଥିବା ସମ୍ପର୍କରେ ତାଙ୍କୁ ପଚାରିବାରୁ ସେ ବିଭିନ୍ନ ଆଳ ଦେଖାଇ ନୀରବ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri