ଭାରତୀୟ ଖାଦ୍ୟ ସୁରକ୍ଷାର ଆଧାର ଚାଉଳ: ରାଷ୍ଟ୍ରପତି

କଟକ ଅଫିସ,୧୨।୨: ଭାରତୀୟ ଖାଦ୍ୟ ସୁରକ୍ଷାର ମୁଖ୍ୟ ଆଧାର ଓ ଅର୍ଥନୀତିର ପ୍ରମୁଖ ଅଙ୍ଗ ହେଉଛି ଚାଉଳ। ଆମ ସଂସ୍କୃତି ଓ ଐତିହ୍ୟ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଅକ୍ଷତ କୁହାଯାଉଥିବା ଅଭଙ୍ଗା ଚାଉଳ ପ୍ରଗତି ଓ ପୂର୍ଣ୍ଣ ଜୀବନର ପ୍ରତୀକ ଭାବେ ପରିଗଣିତ ହେଉଛି। ଶିଶୁକୁ ପ୍ରଥମ କଠିନ ଖାଦ୍ୟ ଭାବେ ଚାଉଳରୁ ପ୍ରସ୍ତୁତ ଖାଦ୍ୟ ହିଁ ଦିଆଯାଏ। ତେଣୁ ଚାଉଳକୁ ପ୍ରକୃତରେ ଜୀବନର ଶସ୍ୟ ଭାବେ ଅଭିହିତ କରିଛନ୍ତି ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
କଟକ ଜିଲା ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ରେ ଶନିବାର ୪ଦିନିଆ ୨ୟ ଭାରତୀୟ ରାଇସ୍‌ କଂଗ୍ରେସ୍‌ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତି ମୁର୍ମୁ ଉଦ୍‌ଘାଟନ କରି କହିଥିଲେ, ସମଗ୍ର ଏସିଆ ମହାଦେଶରେ ଭାରତ ହେଉଛି ବୃହତ୍‌ ଚାଉଳ ରପ୍ତାନିକାରୀ ଦେଶ, ଯାହାକି ପୃଥିବୀର ଅନ୍ୟାନ୍ୟ ପ୍ରାନ୍ତରେ ରହୁଥିବା ଲୋକଙ୍କୁ ଖାଦ୍ୟ ସୁରକ୍ଷା ଯୋଗାଉଛି। ଦେଶରେ ଖାଦ୍ୟର ଆବଶ୍ୟକତା ପୂରଣ ହେବାରେ ଆତ୍ମନିର୍ଭରଶୀଳ ହେବା ସହ ଭାରତ ସର୍ବବୃହତ୍‌ ଚାଉଳ ରପ୍ତାନୀକାରୀ ରାଷ୍ଟ୍ରରେ ପରିଣତ ହୋଇଛି। ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନକୁ ଏହାର ଯଥେଷ୍ଟ ଶ୍ରେୟ ଦିଆଯିବା ଉଚିତ। ଉନ୍ନତ କିସମର ଧାନ ବିକଶିତ କରିବା, ଖାଦ୍ୟ ସୁରକ୍ଷାରେ ବ୍ୟାପକ ଯୋଗଦାନ ସହ ଏହି ପ୍ରତିଷ୍ଠାନ ଚାଷୀଙ୍କ ଜୀବନରେ ସୁଧାର ଆଣିପାରିଛି ବୋଲି ସେ କହିଥିଲେ। ସେହିପରି ଗତ ଶତାବ୍ଦୀରେ ଜଳସେଚନ ସୁବିଧାର ସମ୍ପ୍ରସାରଣ ହୋଇଛି। ନୂଆ ସ୍ଥାନରେ ଧାନ ଅମଳ ହୋଇଛି। ତେବେ ଧାନ ଫସଲ ପାଇଁ ପ୍ରଚୁର ମାତ୍ରାରେ ଜଳର ଆବଶ୍ୟକତା ରହିଛି। ଜଳବାୟୁ ପରିବର୍ତ୍ତନ କାରଣରୁ ବିଭିନ୍ନ ପ୍ରାନ୍ତରେ ଜଳାଭାବ ସମସ୍ୟା ଦେଖାଦେଇଛି। ମରୁଡ଼ି, ବନ୍ୟା ଓ ବାତ୍ୟା ଭଳି ବିପର୍ଯ୍ୟୟ ଏବେ ବାରମ୍ବାର ଦେଖିବାକୁ ମିଳୁଛି, ଯାହାକି ଧାନ ଚାଷକୁ ଅଧିକ ବିପଦରେ ପକାଉଛି। ଏବେ ଧାନଚାଷର ନୂତନ ପଦ୍ଧତି ଆବିଷ୍କାର ହୋଇଥିଲେ ମଧ୍ୟ ପାରମ୍ପରିକ କିସମର ଧାନଚାଷକୁ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରମ୍ପରିକ କିସମର ସଂରକ୍ଷଣ ଏବଂ ସୁରକ୍ଷା ସହିତ ପରିବେଶ ସନ୍ତୁଳନ ବଜାୟ ରଖିବାକୁ ପଡ଼ିବ। ଅତ୍ୟଧିକ ରାସାୟନିକ ସାର ଉପଯୋଗ କାରଣରୁ ହେଉଥିବା ମୃତ୍ତିକା କ୍ଷୟକୁ ରୋକିବା ଅନ୍ୟ ଏକ ସମସ୍ୟା ହୋଇଛି। ଆଧୁନିକ ଧାନଚାଷ ପାଇଁ ଏହାକୁ ଜରୁରୀ ବୋଲି ବିବେଚନା କରାଯାଇଥାଏ। ମୃତ୍ତିକାକୁ ସୁସ୍ଥ ରଖିବାକୁ ହେଲେ ଆମକୁ ଏହି ସାର ଉପରେ ନିର୍ଭରଶୀଳତା କମାଇବାକୁ ପଡ଼ିବ। ଆମର ବୈଜ୍ଞାନିକମାନେ ପରିବେଶ ଅନୁକୂଳ ଧାନଚାଷ ପଦ୍ଧତି ଉଦ୍ଭାବନ କରିପାରିବେ ବୋଲି ରାଷ୍ଟ୍ରପତି ଆଶାପ୍ରକାଶ କରିଥିଲେ। ଏଥିସହ ଚାଉଳ ଆମ ଖାଦ୍ୟ ସୁରକ୍ଷାର ଆଧାର, ଆମେ ଏହାର ପୋଷକ ତତ୍ତ୍ବ ବିଷୟରେ ମଧ୍ୟ ଚିନ୍ତା କରିବା ଉଚିତ୍‌। ଚାଉଳ ମାଧ୍ୟମରେ ପ୍ରୋଟିନ, ଭିଟାମିନ ଓ ଅନ୍ୟ ଜରୁରୀ ପୋଷକ ତତ୍ତ୍ବ ଯୋଗାଇ ଦେବା ଦ୍ୱାରା ଆର୍ଥିକ ଅସ୍ବଚ୍ଛଳବର୍ଗଙ୍କ କୁପୋଷଣକୁ ଦୂର କରାଯାଇପାରିବ। କଟକସ୍ଥିତ ଜାତୀୟ ଧାନ ଗବେଷଣାଗାର ପକ୍ଷରୁ ଭାରତର ପ୍ରଥମ ଉଚ୍ଚ ପ୍ରୋଟିନଯୁକ୍ତ ଧାନ ‘ସିଆର୍‌ ଧାନ ୩୧୦’ ବିକଶିତ କରାଯାଇଥିବାରୁ ରାଷ୍ଟ୍ରପତି ଖୁସି ବ୍ୟକ୍ତ କରିଥିଲେ।
କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଥିଲେ, ଭାରତ ଏକ କୃଷି ପ୍ରଧାନ ଦେଶ। ବୈଜ୍ଞାନିକଙ୍କ ଗବେଷଣା ଓ କୃଷକଙ୍କ ପରିଶ୍ରମ ଯୋଗୁ କୃଷିକ୍ଷେତ୍ରରେ ବହୁତ ପ୍ରଗତୀ ହୋଇଛି। ଏଣିକି ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଲୋକମାନଙ୍କୁ ଜୈବିକ ସାର ଦ୍ୱାରା ଉତ୍ପାଦିତ ଚାଉଳ ଯୋଗାଇ ଦିଆଯିବ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଥିଲେ, ଚାଉଳ ଲୋକଙ୍କ ମୁଖ୍ୟ ଖାଦ୍ୟ। ଯାହାକି ଆମ ସଂସ୍କୃତି ଓ ପରମ୍ପରା ସହ ଯୋଡ଼ି ହୋଇରହିଛି। ରାଜ୍ୟ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ, ଓଡ଼ିଶା ଖାଲି ଚାଉଳ ଉତ୍ପାଦନରେ ଆତ୍ମନିର୍ଭରଶୀଳ ହୋଇନାହିଁ, ବରଂ ଅନ୍ୟ ୬ଟି ରାଜ୍ୟକୁ ଚାଉଳ ରତ୍ପାନି କରୁଛି। ଚାଉଳ ଉତ୍ପାଦନ ବୃଦ୍ଧି ପାଇଁ ଓଡ଼ିଶାରେ ପର୍ଯ୍ୟାପ୍ତ ସୁଯୋଗ ରହିଛି। ଏହି ଅବସରରେ ସ୍ମରଣିକା ସମେତ କେତେକ ଗବେଷଣା ପୁସ୍ତକ ଉନ୍ମୋଚିତ ହୋଇଥିଲା। ଏଥିରେ ଆଇସିଏଆର ମହାନିର୍ଦ୍ଦେଶକ ଡ. ହିମାଂଶୁ ପାଠକ, ଆସୋସିଏଶନ ଅଫ୍‌ ରାଇସ୍‌ ରିସର୍ଚ୍ଚ ଓ୍ବର୍କର୍ସ ଅଧ୍ୟକ୍ଷ ଡ. ପି. କେ. ଅଗ୍ରଓ୍ବାଲ, ଧାନ ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଏ. କେ. ନାୟକ ଓ ସଚିବ ଡ. ଏସ୍‌. ଶାହା ମଞ୍ଚାସୀନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳାଇ, ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ଡିସିପି ପିନାକ ମିଶ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ସୁରେନ୍ଦ୍ର ପରିଡ଼ା, ଉପନିର୍ଦ୍ଦେଶକ ହେମନ୍ତ ନାୟକ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର ଉପସ୍ଥିତ ଥିଲେ। ୪ ଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ କୃଷକଙ୍କ ସମେତ ଦେଶବିଦେଶର ବୈଜ୍ଞାନିକ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷି ତଥା ଅନ୍ୟ ବିଭାଗର ଅଧିକାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri