Posted inଜାତୀୟ

ଅନ୍ୟ କାର୍ଯ୍ୟରେ ନିୟୋଜିତ ହେବେନି ଶିକ୍ଷକ

ନୂଆଦିଲ୍ଲୀ,୧୨।୨: ପଞ୍ଜାବର ଶିକ୍ଷକମାନେ ଶିକ୍ଷାଦାନ ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟ କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ପ୍ରିନ୍ସିପାଲମାନଙ୍କ ଏକ ସମ୍ମିଳନୀରେ କହିଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିଥିଲେ, ଏଏପି ନେତୃତ୍ୱାଧୀନ ସରକାରରେ ଶିକ୍ଷାକୁ ପ୍ରାଥମିକତା ଦିଆଯାଉଛି। ଦିଲ୍ଲୀ ଏବଂ ପଞ୍ଜାବରେ ସମସ୍ତ ସରକାରୀ ସ୍କୁଲ୍‌କୁ ବିଶ୍ୱରେ ସର୍ବଶ୍ରେଷ୍ଠ କରିବା ଦିଗରେ କାର୍ଯ୍ୟ କରାଯିବ। କେଜ୍‌ରିଓ୍ବାଲ କହିଥିଲେ, ଦିଲ୍ଲୀରେ ସରକାର ଗଢ଼ିବା ଦିନଠାରୁ ଶିକ୍ଷା ବ୍ୟବସ୍ଥାରୁ ସମସ୍ୟା ହଟାଇବା ସହ ଏହାକୁ ଉନ୍ନତ କରିବା ଦିଗରେ କାର୍ଯ୍ୟ ଜାରି ରହିଛି। ପ୍ରଥମେ ଭିତ୍ତିଭୂମିର ଉନ୍ନତି କରାଯିବା ପରେ ଏବେ ଶିକ୍ଷକ ଓ ପ୍ରିନ୍ସପାଲମାନଙ୍କ ପ୍ରଶିକ୍ଷଣ ଉପରେ ଫୋକସ୍‌ କରାଯାଉଛି ବୋଲି ଏଏପି ଆବାହକ କହିଥିଲେ। ପଞ୍ଜାବ ସରକାରୀ ସ୍କୁଲ୍‌ର କେତେଜଣ ପ୍ରିନ୍ସିପାଲ ଗତ ୬ରୁ ୧୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁରରେ ତାଲିମ ନେଇଥିଲେ। ସମ୍ମିଳନୀରେ ପଞ୍ଜାବ ଶିକ୍ଷାମନ୍ତ୍ରୀ ହରଜୋତ୍‌ ସିଂ ବାଇନ୍ସ, ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡ଼ିଆ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ସରକାରୀ ସ୍କୁଲ୍‌ର ଶିକ୍ଷକମାନଙ୍କୁ ଜନଗଣନାଠାରୁ ଆରମ୍ଭ କରି ଭୋଟର ତାଲିକା ପ୍ରସ୍ତୁତି, ଭୋଟ ପରିଚାଳନା ସମେତ ବିଭିନ୍ନ କେନ୍ଦ୍ରୀୟ ଓ ରାଜ୍ୟ ସରକାରଙ୍କ ଯୋଜନା କାର୍ଯ୍ୟକାରୀ କରିବାରେ ସାମିଲ କରାଯାଇଥାଏ। ଫଳରେ ପିଲାମାନଙ୍କ ଶିକ୍ଷାଦାନ ବିଶେଷ ବାଧାପ୍ରାପ୍ତ ହୋଇଥାଏ। ତେଣୁ ଶିକ୍ଷକମାନଙ୍କୁ ଶିକ୍ଷାଦାନ ବ୍ୟତୀତ ଅନ୍ୟ କାର୍ଯ୍ୟରେ ସାମିଲ କରାଯିବ ନାହିଁ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସ୍ବାଗତଯୋଗ୍ୟ ପଦକ୍ଷେପ। ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟ ଏହାକୁ ଅନୁକରଣ କରିବା ଆବଶ୍ୟକ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

ନୂଆବର୍ଷରୁ ଏମାନଙ୍କୁ ମିଳିବନି ରାସନ! ଡିସେମ୍ୱର ୩୧ ସୁଦ୍ଧା କରି ନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୭।୧୨: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସୂଚନା। ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କୁ ଡିସେମ୍ୱର 31 ପୂର୍ୱରୁ ଏହି ଜରୁରୀ କାର୍ଯ୍ୟ ସମାପ୍ତ...

‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri