ମନ୍ଦିର ରାସ୍ତା ମାଡ଼ି ବସୁଛନ୍ତି ବେପାରୀ

କବିସୂର୍ଯ୍ୟନଗର,୧୨।୨(ଡି.ଏନ.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମହାମାୟୀ। ରାଜ୍ୟର କୋଣଅନୁକୋଣରୁ ଛୁଟି ଆସନ୍ତି ହଜାର ହଜାର ଭକ୍ତ। ବିଶେଷତଃ ଅମାବାସ୍ୟା, ସଂକ୍ରାନ୍ତି, ମଙ୍ଗଳବାର ଓ ଶନିବାର ଆଦି ଦିନରେ ଭିଡ଼ ଜମେ। ମା’ ମହାମାୟୀଙ୍କ ତୋରଣ ମୁଖ୍ୟ ରାସ୍ତାକୁ ମୁହଁକରି ରହିଛି। ଏଠାରୁ ମନ୍ଦିର ପ୍ରାୟ ୨୦୦ମିଟର। ରାସ୍ତାର ଉଭୟ କଡ଼ରେ ମାଳ ମାଳ ଦୋକାନୀ ପସରା ପକାଇ ବେପାର କରନ୍ତି। ଏମାନେ ରାସ୍ତାର ଅଧା ସ୍ଥାନ ମାଡ଼ି ବସୁଛନ୍ତି। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେବା ସହ ଦୁର୍ଘଟଣାର ଆଶଙ୍କା ମଧ୍ୟ ଦେଖାଦେଇଛି। ଅନଧିକୃତ ଭାବେ ମାଡ଼ି ବସିଥିବା ବେପାରୀଙ୍କଠାରୁ ଏନଏସି ପ୍ରତିଦିନ ଟିକସ ଆଦାୟ କରୁଛି। କିନ୍ତୁ ତା’ ପ୍ରତି ଦୃଷ୍ଟି ନ ଦେବା ଭକ୍ତଙ୍କ ଭାବାବେଗକୁ ବାଧୁଛି। ଅନ୍ୟପଟେ ମନ୍ଦିର ସମ୍ମୁଖରେ ଅନଧିକୃତ ଭାବେ ମାଳ ମାଳ ଗାଡି ପରିସ୍ଥିତିକୁ ଅଣାୟତ୍ତ କରୁଛି। ଯାହା ଫଳରେ ଭକ୍ତଙ୍କ ଯାତାୟାତରେ ବାଧା ଉପୁଜୁଛି। ସୂଚନା ପ୍ରକାରେ ବେପାରୀ ସ୍ବତଃପ୍ରବୃତ ରାସ୍ତାରୁ ହଟିବାକୁ ଚାହୁଁଥିଲେ ବି ସମସ୍ତ ବେପାରୀଙ୍କ ମଧ୍ୟରେ ସମନ୍ବୟ ରହୁନି। ଅନ୍ୟପଟେ ପ୍ରଶାସନିକ ଅଧିକାରୀ, ଏନଏସି କର୍ତ୍ତୃପକ୍ଷଙ୍କ ଠାରେ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ଏଥିପ୍ରତି ଦୃଷ୍ଟି ନ ଦେବା କ୍ଷୋଭ ଓ ପରିତାପର ବିଷୟ। ମହାମାୟୀ
ମନ୍ଦିରକୁ ପ୍ରବେଶ ଓ ପ୍ରସ୍ଥାନ ରାସ୍ତା ଭିନ୍ନ ହେବା ସହ ରାସ୍ତାକୁ ମାଡ଼ି ବସିଥିବା ବେପାରୀକୁ ତୁରନ୍ତ ଉଠାଯାଉ ବୋଲି ସହରବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri