ହାଇୱା ଧକ୍କାରେ ଚାଲିଗଲା ଖବରଦାତାଙ୍କ ଜୀବନ

କେନ୍ଦୁଝର,୧୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଜୁଡ଼ିଆ ଘାଟି ନିକଟ ୪୯ ନମ୍ବର ଜାତୀୟ ରାଜପଥ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ନିକଟରେ ରବିବାର ଏକ ହାଇୱା ଧକ୍କାରେ ଜଣେ ଖବରଦାତାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ସାହାରାପଡ଼ା ବ୍ଲକ୍‌ ପାଟଣା ଥାନା ଅନ୍ତର୍ଗତ କୁଣ୍ତଳା ଗ୍ରାମର ଖଗେଶ୍ବର ତେରାଇ (୪୩)। ସେ କୋଇଡ଼ା ଅଞ୍ଚଳରେ ଏକ ପ୍ରମୁଖ ଖବରକାଗଜରେ କାର୍ଯ୍ୟ କରୁଥିଲେ। ଆହତ ଜଣଙ୍କ ହେଲେ ବାରିଆ ଥାନା ଅନ୍ତର୍ଗତ ବରପଦା ଗ୍ରାମର କ୍ଷୀରୋଦ ଚନ୍ଦ୍ର ମହାନ୍ତ।

ପ୍ରକାଶ ଯେ, ଖଗେଶ୍ବର ଓ କ୍ଷୀରୋଦ ଏକ ବାଇକ୍‌ ଯୋଗେ ବାହାଘର ଉତ୍ସବରେ ଯୋଗଦେବାକୁ ଯାଉଥିଲେ। ହେଲେ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ହାଇୱା ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଦୁହେଁ ରାସ୍ତାରେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଖଗେଶ୍ବରଙ୍କୁ ମୃତ ଘୋଷଣା କରିଥିବା ବେଳେ ଚିକିତ୍ସା ପରେ କ୍ଷୀରୋଦ ଘରକୁ ଫେରିଛନ୍ତି। ଖବର ପାଇ ଟାଉନ ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରିଛି। ଏନେଇ ଥାନାରେ ଏକ ମାମଲା(ନଂ. ୫୯/୨୩) ରୁଜୁ ହୋଇଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ହାଇୱା ଏବଂ ବାଇକକୁ ଜବତ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri