୬୮ କି.ମି. ଜଙ୍ଗଲ ଜମିକୁ ଅନୁମୋଦନ

ଭୁବନେଶ୍ବର(ବ୍ୟୁରୋ)/ନୟାଗଡ଼ ଅଫିସ୍‌, ୧୩ା୨: ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ୧୧୨ କିଲୋମିଟରରୁ ୧୮୦ କିଲୋମିଟର ମଧ୍ୟରେ ୬୮ କିମି ରେଳ ଲାଇନ ପାଇଁ ଜଙ୍ଗଲ ଅନୁମୋଦନ ମିଳିଛି। ଏଥିପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ପ୍ରକଳ୍ପ ବଲାଙ୍ଗୀର, ସୋନପୁର, ଫୁଲବାଣୀ, ବୌଦ୍ଧ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାକୁ ସଂଯୋଗ କରିବ। ଏହାସହ ପଶ୍ଚିମ ଏବଂ ଉପକୂଳ ଓଡ଼ିଶା ମଧ୍ୟରେ ଆଉ ଏକ ରେଳ ସଂଯୋଗ ସ୍ଥାପନ କରିବ। ୧୯୯୪-୯୫ରେ ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପକୁ ମଞ୍ଜୁରୀ ଦିଆଯାଇଥିଲା। ଜଙ୍ଗଲ ମଞ୍ଜୁରୀ ସହିତ ଅନେକ ସମସ୍ୟା ପାଇଁ ଏହି ପ୍ରକଳ୍ପ ବିଳମ୍ବ ହେଉଥିଲା। ୨୦୧୪-୧୫ରୁ ଏହି ପ୍ରକଳ୍ପକୁ ତ୍ୱରାନ୍ବିତ କରାଯାଇଛି। ଅଦ୍ୟାବଧି ୩୦୧ କିମି ମଧ୍ୟରୁ ୧୧୫ କିମି (ଖୋର୍ଦ୍ଧା ରୋଡରୁ ନୂଆଗାଁ ପର୍ଯ୍ୟନ୍ତ ୯୦ କିଲୋମିଟର) ଏବଂ (ବଲାଙ୍ଗୀରରୁ ଝରତରଭା ପର୍ଯ୍ୟନ୍ତ ୨୫ କିମି) ରେଳ ଲାଇନ କାର୍ଯ୍ୟକ୍ଷମ ହୋଇଛି। ଖୋର୍ଦ୍ଧା ରୋଡ୍‌ ପାର୍ଶ୍ୱରୁ ନୂଆଗାଁଠାରୁ ଦଶପଲ୍ଲା ଏବଂ ବଲାଙ୍ଗୀର ପାର୍ଶ୍ୱରୁ ଝରତରଭାଠାରୁ ଖମ୍ବେଶ୍ୱରପାଲି ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଚଳିତ ଆର୍ଥିକ ବର୍ଷ ସୁଦ୍ଧା କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ଆବଶ୍ୟକ ଜମି ଏବଂ ଜଙ୍ଗଲ ମଞ୍ଜୁର ହସ୍ତାନ୍ତର କରିବାରେ ବିଳମ୍ବ ହେତୁ ପ୍ରକଳ୍ପର ମନ୍ଥର ଅଗ୍ରଗତି ହୋଇଥିଲା। ଜଙ୍ଗଲ ମଞ୍ଜୁର ଏବଂ କାର୍ଯ୍ୟ ଅନୁମତି ଦଶପଲ୍ଲା ଏବଂ ପୁରୁଣାକଟକ (କିମି ୧୧୨ – କିମି ୧୮୦) ମଧ୍ୟରେ ଥିବା ୧୪୬୯ ଏକର ଜଙ୍ଗଲ ଜମି ପାଇଁ ବିଚାରାଧୀନ ଥିଲା। ୨୦୨୩ ମାର୍ଚ୍ଚ ସୁଦ୍ଧା ନୂଆଗାଓଁ ଏବଂ ଦଶପଲ୍ଲା ମଧ୍ୟରେ ୧୫.୫ କିମି ଦୈର୍ଘ୍ୟ ରେଳ ସେକ୍ସନ ମଧ୍ୟରେ ୫୭ଟି ମାଇନର୍‌ ଏବଂ ୩ଟି ମେଜର ବ୍ରିଜ୍‌ ସହିତ ୧୫ ରୋଡ୍‌ ଅଣ୍ଡର ବ୍ରିଜ୍‌ (ଆର୍‌ୟୁବିଏସ୍‌) ଏବଂ ୦୪ଟି ରୋଡ୍‌ ଓଭର ବ୍ରିଜ୍‌ (ଆର୍‌ଓବି) ସହିତ ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିଭଳି ୨୦୨୩ ମାର୍ଚ୍ଚ ସୁଦ୍ଧା ଝରତରଭା-ଖମ୍ବେଶ୍ୱରପାଲି-ସୋନପୁର (୧୧.୪୦ + ୧୦.୩୦ = ୨୧.୭୦ କିମି) ଦୈର୍ଘ୍ୟ ରେଳ ସେକ୍ସନ ସମାପ୍ତ ହେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ୧୧୨-୧୮୦ କିମି ମଧ୍ୟରେ ୯୭.୫୯ ଏକର ଘରୋଇ ଜମି, ୨୬୨.୭୫ ଏକର ସରକାରୀ ଜମି ଉପଲବ୍ଧତା ସହିତ ଜଙ୍ଗଲ ଅନୁମୋଦନ ଠିକ ସମୟରେ ମିଳିଥିଲେ ଡିସେମ୍ବର ୨୦୨୫ ମଧ୍ୟରେ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିଲା। ଜନସାଧାରଣ କୈନ୍ଦ୍ରିକ ରେଳ ପ୍ରକଳ୍ପ ନିର୍ମାଣ ସମୟରେ ଉପୁଜୁଥିବା ଜମି ଅଧିଗ୍ରହଣ ଏବଂ ଅନ୍ୟାନ୍ୟ ପ୍ରସଙ୍ଗଗୁଡିକୁ ଶୀଘ୍ର ସମାଧାନ ପାଇଁ ତୃଣମୂଳ ସ୍ତରରେ ବିଭିନ୍ନ ସରକାରୀ ଓ ଅନ୍ୟାନ୍ୟ ସଂସ୍ଥା ସହିତ ସମନ୍ବୟ ରକ୍ଷାକରି କାର୍ଯ୍ୟକରିବାକୁ ବୈଷ୍ଣବ ରେଳ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର କାର୍ଯ୍ୟ ଶୀଘ୍ର ଶେଷ ହେବା ପାଇଁ ତୃଣମୂଳ ସ୍ତରର ସମନ୍ବୟ ଫଳପ୍ରଦ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଏକମାତ୍ର ବୁଲେଟ୍‌ ପ୍ରୁଫ୍‌ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…

ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ...

ଭାଙ୍ଗିପଡ଼ିଲେ ୟୁନୁସ: ଶୋକ ପ୍ରକାଶ କରି କହିଲେ…

ଢାକା,୧୯।୧୨: ଗତବର୍ଷ ବାଂଲାଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ହିଂସାତ୍ମକ ଆନ୍ଦୋଳନ ଆରମ୍ଭ କରିଥିବା ବିରୋଧୀ ନେତା ଉସମାନ ହାଦିଙ୍କ ସିଙ୍ଗାପୁରରେ ମୃତ୍ୟୁ ହୋଇଥିଲା।...

ଦେଶରେ ୨୦% ଖାଦ୍ୟ-ପାନୀୟ ଅପମିଶ୍ରିତ: ୫ ବର୍ଷରେ ଏତିକି ଲୋକଙ୍କୁ ମିଳିଲାନି ଦଣ୍ଡ, ୨୫୭ କୋଟି ଜରିମାନା

ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ...

ଦନ୍ତାକୁ ଟ୍ରାଙ୍କୁଲାଇଜ ପାଇଁ ୩ ଟିମ୍‌

ଭୁବନେଶ୍ୱର,୧୯ା୧୨: ଚନ୍ଦକାର ଅସୁସ୍ଥ ଦନ୍ତାହାତୀକୁ ଉଦ୍ଧାର ଓ ଟ୍ରାଙ୍କୁଲାଇଜ ପାଇଁ ୩ଟି ଟିମ୍‌ ଗଠନ କରାଯାଇଛି। ଭାଲୁଙ୍କା ଜଙ୍ଗଲର ଆଖପାଖ ଅଞ୍ଚଳରେ ଅସୁସ୍ଥ ଦନ୍ତା ବୁଲୁଛି।...

ଶନିଙ୍କ ରାଶିରେ ଗ୍ରହମାନଙ୍କର ମହାସଂଯୋଗ: ଜାନୁଆରୀରୁ ବଦଳିବ ଏହି ରାଶିଗୁଡ଼ିକର ଭାଗ୍ୟ

୨୦୨୬ ବର୍ଷର ଆରମ୍ଭ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି। ଜାନୁଆରୀ ମାସ, ଏହାର ଦ୍ରୁତ ଗ୍ରହ ଗତି ଏବଂ ଗୁରୁତ୍ୱପୂର୍ଣ୍ଣ ସଂଯୋଗ ସହିତ,...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri